ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ ଥାଉ ଚନ୍ଦନ ଅନ୍ୟ ଜଣେ ମହିଳାଙ୍କୁ ସ୍ତ୍ରୀର ମର୍ଯ୍ୟାଦା ଦେଇ ବିବାହିତା ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ରାଜ କିଶୋର ପାତ୍ର ଶନିବାର ଅଭିଯୁକ୍ତ ଚନ୍ଦନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଭାର ପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି। ଏନେଇ ଥାନାରେ ଏକ ମାମଲା (ନଂ.୪୯୯/୨୫) ରୁଜୁ ହୋଇଛି। ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ସ୍ତ୍ରୀ ପ୍ରମିଳାଙ୍କ ଅଭିଯୋଗ ମୁତାବକ, ଚନ୍ଦନ ଗତ ୨୦୧୬ରେ ତାଙ୍କୁ ପାଟପୁର ନିକଟ ଶ୍ରୀ ବୁଦ୍ଧେଶ୍ବର ଶୈବପୀଠରେ ବୈଦିକ ରୀତିନୀତି ଅନୁଯାୟୀ ବିବାହ କରିଥିଲେ। ବିବାହ ସମୟରେ ବାପ ଘର ଲୋକେ ଚନ୍ଦନଙ୍କୁ ୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଦେଇଥିଲେ। ଏଭଳିସ୍ଥିତିରେ ଅଭିଯୁକ୍ତ ଚନ୍ଦନ ବିଭିନ୍ନ ସମୟରେ ସ୍ତ୍ରୀ ପ୍ରମିଳାଙ୍କୁ ଔଷଧ ଦେଇ ୨ ଥର ଗର୍ଭ ନଷ୍ଟ କରିବା ସହ ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳର ଅନ୍ୟ ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ।

ଏପରିକି ପ୍ରମିଳା ଆଣିଥିବା ସୁନା ଅଳଙ୍କାର ଓ ଟଙ୍କା ସମ୍ପୃକ୍ତ ମହିଳାଙ୍କୁ ଦେଇ ଥିଲେ। ସମ୍ପୃକ୍ତ ମହିଳାଙ୍କ ଏକ ଶିଶୁ ସନ୍ତାନ ଜନ୍ମ ହେବା ପରେ ସ୍ବାମୀ ଚନ୍ଦନ ସ୍ତ୍ରୀ ପ୍ରମିଳାଙ୍କୁ ମାନସିକ ଓ ଶାରିରୀକ ନିର୍ଯାତନା ଦେଇ ଆସୁଥିଲେ। ଏପରିକି ଅଧିକ ୨ ଲକ୍ଷ ଟଙ୍କା ଯୌତୁକ ଆଣିବା ପାଇଁ ଦାବି କରି ମାର୍‌ପିଟ କରୁଥିଲେ।

ଗତ ଗୁରୁବାର ବିଳମ୍ବିତ ରାତିରେ ଚନ୍ଦନ ସ୍ତ୍ରୀ ପ୍ରମିଳାଙ୍କୁ ନିସ୍ତୁକ ମାଡ଼ମାରି ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିଲେ। ଏନେଇ ପ୍ରମିଳା ଥାନାରେ ପହଞ୍ଚି ଏତଲା ଦେଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷେ ଅଭିଯୁକ୍ତ ଚନ୍ଦନ କମ୍‌ ମୂଲ୍ୟରେ ପ୍ଲଟ ଯୋଗାଇ ଦେବାକୁ କହି ବହୁ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଆତ୍ମସାତ କରିଥିବା ମଧ୍ୟ ଅଭିଯୋଗ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?