ପୋଲିସ ବାବୁଙ୍କ ନାଁ’ରେ ଥାନାରେ ଏତଲା: SI ସ୍ୱାମୀଙ୍କୁ ରେଡ୍‌ ହ୍ୟାଣ୍ଡେଡ୍‌ ଧରିଲେ ସ୍ତ୍ରୀ

କନ୍ଧମାଳ,୧୧।୧୨: ପୋଲିସ୍ ସବ୍-ଇନ୍ସପେକ୍ଟରଙ୍କ ବିରୋଧରେ ପରକୀୟା ପ୍ରୀତି ଅଭିଯୋଗ ଆଣିଛନ୍ତି ସ୍ତ୍ରୀ। କନ୍ଧମାଳ ଜିଲା ଅନ୍ତର୍ଗତ କୋଟଗଡ଼ ପୋଲିସ ଷ୍ଟେସନ ବାରାକ ପରିସରରେ ଜଣେ ଯୁବତୀଙ୍କ ସହ ଅନ୍ତରଙ୍ଗ ମୁହୁର୍ତରେ ନିଜ ସ୍ୱାମୀଙ୍କୁ ରେଡ୍‌ ହ୍ୟାଣ୍ଡେଡ୍‌ ଧରିଛନ୍ତି।

ସୋମବାର ଏସଆଇ କୁବେର ଦିଗଲଙ୍କ କ୍ୱାର୍ଟରରେ ଅପ୍ରତ୍ୟାଶିତ ଭାବରେ ତାଙ୍କର ପତ୍ନୀ ଏବଂ ପରିବାର ସଦସ୍ୟ ପହଞ୍ଚିବା ପରେ ଏହି ଘଟଣା ସାମ୍ନାକୁ ଆସିଛି।

ସୂତ୍ରରୁ ପ୍ରକାଶ ଯେ କୋଟାଗଡ଼ ପୋଲିସ ଷ୍ଟେସନ ଅନ୍ତର୍ଗତ ସୁବର୍ଣ୍ଣପୁର ପୋଲିସ ଆଉଟପୋଷ୍ଟରେ ଡିଗଲ ସବ୍-ଇନ୍ସପେକ୍ଟର ଭାବରେ କାର୍ଯ୍ୟ କରୁଥିବାବେଳେ ତାଙ୍କ ପତ୍ନୀ ଫୁଲବାଣୀରେ ସେମାନଙ୍କ ପିଲାମାନଙ୍କ ସହ ରୁହନ୍ତି।

ତାଙ୍କୁ ଅନ୍ୟ ଜଣେ ମହିଳାଙ୍କ ସହ ଅନୁପଯୁକ୍ତ ଅବସ୍ଥାରେ ପାଇ ଅଧିକାରୀଙ୍କ ପତ୍ନୀ କୋଟାଗଡ଼ ଥାନାରେ ସ୍ୱାମୀଙ୍କ ବିରୋଧରେ ଏକ ଅନୈତିକ ସମ୍ପର୍କ ରଖିଥିବା ଅଭିଯୋଗ ଆଣିଥିଲେ। ସେ ଏହା ମଧ୍ୟ ଅଭିଯୋଗ କରିଛନ୍ତି ଯେ ସେ ପୂର୍ବରୁ ମଧ୍ୟ ତାଙ୍କ ସ୍ୱାମୀଙ୍କ ଏପରି କାର୍ଯ୍ୟରେ ଜଡିତ ଥିବା ସୂଚନା ପାଇଥିଲେ, କିନ୍ତୁ ଏହାକୁ ଅଣଦେଖା କରିଥିଲେ।

ଏହି ଘଟଣା ପରେ ଅଧିକାରୀଙ୍କ ସ୍ତ୍ରୀ କହିଛନ୍ତି “ମୁଁ ତାଙ୍କ ଉପରେ ମୋର ସମସ୍ତ ବିଶ୍ୱାସ ରଖିଥିଲି ଏବଂ ଆମ ପିଲାମାନଙ୍କୁ ବଂଚାଇବା ପାଇଁ ପଛରେ ରହିଥିଲି। ତେବେ ପୋଲିସ ଅଧିକାରୀ ହୋଇଥିଲେ ମଧ୍ୟ ସେ ଏହି ଲଜ୍ଜାଜନକ କାର୍ଯ୍ୟ କରିଥିଲେ। ତାଙ୍କ ଏପରି ଅବସ୍ଥାରେ ଆଖିରେ ଦେଖିବା ପରେ ମୋତେ ପୋଲିସର ଅଭିଯୋଗ କରିବାକୁ ପଡ଼ିଲା, କହି ଅଭିଯୁକ୍ତ ଅଧିକାରୀଙ୍କ ପତ୍ନୀ ତନୁଜା ଡିଗଲ ଦୁଃଖ ପ୍ରକାଶ କରିଥିଲେ।

ସେପଟେ, ଅଭିଯୋଗ ଆଧାରରେ କୋଟଗଡ ପୋଲିସ ତଦନ୍ତ ଆରମ୍ଭ କରିଛି କିନ୍ତୁ ଅଧିକ ବିବରଣୀ ଦେଇନାହିଁ। ଏତଦ୍ ବ୍ୟତୀତ ଏସଆଇ କୁବେର ଡିଗଲ ଏହି ଅଭିଯୋଗ ଉପରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?