ଗଞ୍ଜାମ ଶତ୍ରୁଷୋଲରେ ଟପ୍ପର ହେଲେ ପ୍ରତୀକ୍ଷା ପଲାଇ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଶତ୍ରୁଷୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ ପରୀକ୍ଷାରେ ଅସାଧାରଣ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ପ୍ରତୀକ୍ଷା ମୋଟ ୫୦୦ ମାର୍କରୁ ୪୭୧ ମାର୍କ (୯୪.୨%) ରଖି ବିଦ୍ୟାଳୟର ଟପ୍ପର ହୋଇଛନ୍ତି। ପ୍ରତୀକ୍ଷା କଣ୍ଟିଆଗଡ ଗ୍ରାମର ରଞ୍ଜିତ ପଲାଇଙ୍କ ଝିଅ। ନିଜର ଏହି କଠିନ ପରିଶ୍ରମ ଓ ସଫଳତା ପାଇଁ ସେ ବିଦ୍ୟାଳୟର ପ୍ରଧାନଶିକ୍ଷକ ବୃନ୍ଦାବନ ବେହେରାଙ୍କ ସମେତ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି। ଶିକ୍ଷକମାନଙ୍କ ସଠିକ ମାର୍ଗଦର୍ଶନ ଏବଂ ପିତାମାତାଙ୍କ ଆଶୀର୍ବାଦ ଯୋଗୁ ସେ ଆଜି ଏହି ସଫଳତାର ଶୀର୍ଷରେ ପହଞ୍ଚି ପାରିଛନ୍ତି ବୋଲି କହିଛନ୍ତି । ତାଙ୍କର ଏହି କୃତିତ୍ୱ ପାଇଁ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି।

Dharitri – Odisha’s No.1 Odia Daily

Share