ଶ୍ରୀଲଙ୍କାରେ ଉତ୍କଟ ଆର୍ଥିକ ସଙ୍କଟ, ବାଧ୍ୟ ହୋଇ ଦେହ ବ୍ୟବସାୟ କରୁଛନ୍ତି ଯୁବତୀ…

କଲମ୍ବୋ, ୫।୬ : ଶ୍ରୀଲଙ୍କା ସ୍ବାଧୀନତା ପରଠାରୁ ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ମୁଦ୍ରାସ୍ଫୀତି ଏକ ରେକର୍ଡ ସ୍ତରରେ ପହଞ୍ଚିଛି। ଜନସାଧାରଣ ବଞ୍ଚିବା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ପାଇବାକୁ ସକ୍ଷମ ହୋଇପାରୁ ନାହାନ୍ତି। ଦେଶରେ ଇନ୍ଧନ ଏବଂ ଔଷଧ ଭଳି ମୌଳିକ ଜିନିଷର ଅଭାବ ରହିଛି। ଦେଶର ଅବସ୍ଥା ଏତେ ଖରାପ ହୋଇଛି ଯେ ଗରିବ ପରିବାରର ପୁରୁଷ ଓ ମହିଳାଙ୍କ ପାଇଁ ପରିବାରର ପ୍ରତିପୋଷଣ ଏକ ଆହ୍ବାନ ପାଲଟିଛି।

ଅର୍ଥ ଏବଂ ଚାକିରୀ ଅଭାବରୁ ଅନେକ ପରିବାରର ମହିଳା, ଯୁବତୀ ଏବଂ ବାଳିକାମାନେ ବାଧ୍ୟ ହୋଇ ଦେହ ବ୍ୟବସାୟ କରୁଛନ୍ତି। ପେଟ ଭୋକ ପାଇଁ ଏବଂ ପରିବାର ପୋଷଣ ଲାଗି ଏଭଳି କରିବାକୁ ସେମାନେ ବାଧ୍ୟ ହେଉଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ଜାନୁୟାରୀ ୨୦୨୨ ପରଠାରୁ ଶ୍ରୀଲଙ୍କାରେ ଦେହ ବ୍ୟବସାୟ ୩୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ଘଟିଛି। ଦେହ ବ୍ୟବସାୟରେ ବହୁ ସ୍କୁଲଛାତ୍ରୀ ମଧ୍ୟ ସାମିଲ ଅଛନ୍ତିି। ଲୋକଙ୍କ ଏପରି ଖରାପ ଅବସ୍ଥା ପାଇଁ ସରକାରଙ୍କ ନୀତ ଦାୟୀ ବୋଲି ଅଭିଯୋଗ ହେଉଛି।

ଏହା ଦ୍ୱାରା ଦେଶରେ ଆଗାମୀ ଦିନରେ ଏଡସ୍‌ ମହାମାରୀ ସଂକ୍ରମଣର ଆଶଙ୍କା ବୃଦ୍ଧି ପାଇବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ସ୍ପା ନାମରେ ଶ୍ରୀଲଙ୍କାରେ ଦେହ ବ୍ୟବସାୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦେଶର ପ୍ରାୟ ୪୦ ହଜାର ଯୁବତୀ ସ୍ପାରେ କାମ କରୁଛନ୍ତି। ସେଥିମଧ୍ୟରୁ ଅଧାରୁ ଅଧିକ ରାଜଧାନୀ କଲମ୍ବୋରେ କାମ କରୁଛନ୍ତି। ରାଜଧାନୀର ପୋଶ ଅଞ୍ଚଳରେ ଏପରି ଅନେକ ମସାଜ କେନ୍ଦ୍ର ଅଛି ଯେଉଁଠାରେ ଦେହ ବ୍ୟବସାୟ ୨୪ ଘଣ୍ଟା ଚାଲିଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?