ମାର୍ଚ୍ଚରେ କଲବଲ କରିବ ତାତି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ଉପରମୁହଁା ହୋଇଛି। ଦେହମୁଣ୍ଡ ପୋଡ଼ି ଜାଳି ପକାଉଛି। ଆସନ୍ତା ୨୮ ତାରିଖ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀକୁ ଛୁଇଁବ। ରାତିର ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବ। ମାର୍ଚ୍ଚ ୨ରୁ ରାଜ୍ୟକୁ ସାମୁଦ୍ରିକ ବାୟୁ ପ୍ରବାହ ହେବ। ଉପକୂଳରେ ତାପମାତ୍ରା ସାମାନ୍ୟ କମ୍‌ ରହିଲେ ମଧ୍ୟ ଆଭ୍ୟନ୍ତର ଓଡ଼ିଶାରେ ତାତି କଲବଲ କରିବ। ଏପ୍ରିଲରୁ ପାରଦ ଆହୁରି ଉପରମୁହଁା ହୋଇ ୪୪ ଡିଗ୍ରୀକୁ ଛୁଇଁବା ସମ୍ଭାବନା ରହିଛି। ବୁଧବାର ଭୁବନେଶ୍ୱର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ବାରିପଦା ୩୬.୮, ବଲାଙ୍ଗୀର ୩୬.୪, ନୟାଗଡ଼ ୩୬.୫, ଅନୁଗୋଳ ୩୫.୭, ଭବାନୀପାଟଣା ୩୫.୫, ତାଳଚେର ୩୫.୫, ସମ୍ବଲପୁର ୩୫.୩, ଝାରସୁଗୁଡ଼ାରେ ୩୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା ବୁଧବାର ଗାଇଡଲାଇନ ପାଳନ କରିବା ନେଇ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ଜନସଚେତନତା ସୃଷ୍ଟି ସହ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା କରିବାକୁ କୁହାଯାଇଛି। ପ୍ରତ୍ୟେକ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପାନୀୟ ଜଳ ସେବା କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri