ସିଝୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଉତ୍ତପ୍ତ ରହିଛି। ୬ ସହରରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୫ ସହରରେ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧରେ ସର୍ବାଧିକ ୪୩.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୩, ଅନୁଗୋଳ ୪୨.୧, ସୁନ୍ଦରଗଡ଼ ୪୧.୫, ହୀରାକୁଦ ୪୨, ତାଳଚେର ୪୧.୭, ଭବାନୀପାଟଣା ୪୧.୫, ବଲାଙ୍ଗୀର ୪୨.୫, ଫୁଲବାଣୀ ୪୦, ଟିଟିଲାଗଡ଼ ୪୨, ମାଲକାନଗିରି ୪୦.୫, ସୋନପୁର ୪୧, ନୟାଗଡ଼ ୪୧, ପାରଳାଖେମୁଣ୍ଡି ୪୦, କଟକ ୩୯.୮, ଭୁବନେଶ୍ୱର ୩୯.୫ ଏବଂ ରାୟଗଡ଼ାରେ ସର୍ବୋଚ୍ଚ ତାପମାତ୍ରା ୩୮.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଉତ୍ତର ପଶ୍ଚିମ ଦିଗରୁ ବାୟୁ ପ୍ରବାହ ହେଉଥିବାରୁ ରାଜ୍ୟରେ ତାତି ବୃଦ୍ଧିପାଇଛି। ସେହିପରି ବାୟୁ ମଣ୍ଡଳରେ ଆର୍ଦ୍ରତା ପରିମାଣ ୫୦ ପ୍ରତିଶତରୁ ୮୦ ପ୍ରତିଶତ ମଧ୍ୟରେ ରହୁଥିବାରୁ ଉପକୂଳ ଓଡ଼ିଶାରେ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟ ବଢ଼ିଯାଇଛି। ତେବେ ଗୁରୁବାର ଠାରୁ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩୦ ତାରିଖରେ ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଗଜପତି, ମାଲକାନଗିରି ଏବଂ କୋରାପୁଟ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମେ’ ୧ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ୨ ତାରିଖରେ ରାୟଗଡ଼ା, କୋରାପୁଟ, ଗଜପତି, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri