ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା: ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଲା, ଥାନାରେ ଏତଲା

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ଦିଗପହଣ୍ଡି ବ୍ଳକ କରପଡ଼ା ଗ୍ରାମ ବଡ଼ ସାହିର ରବି ବେହେରା (୧୫) ନାମକ ଜଣେ ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଯାଇଥିବା ଖବର ସାମ୍ନାକୁ ଆସିଛି। ଏନେଇ ଛାତ୍ରଙ୍କ ବାପା ସନ୍ତୋଷ ବେହେରା ବୁଧବାର ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ବିଦ୍ୟୁତ୍‌ ବିଭାଗର ବେପରୁଆ କାର୍ଯ୍ୟ ଯୋଗୁ ତାଙ୍କ ପୁଅ ଅକର୍ମଣ୍ୟ ହୋଇଗଲା ବୋଲି ସେ ଉଲ୍ଲେଖ ରହିଛି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୪୯୬/୨୪ ଅନୁଯାୟୀ ମକଦ୍ଦମା ରୁଜୁ କରି ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ତଦନ୍ତ ଦାୟିତ୍ୱ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୬ ତାରିଖ ଭୋର ପ୍ରାୟ ୫ଟାରେ ରବି ତାଙ୍କ ଘର ନିକଟ ଜଣେ ବ୍ୟକ୍ତିଙ୍କ ନିର୍ମାଣାଧୀନ କାନ୍ଥରେ ଚଢ଼ି ଗଛରୁ ଫୁଲ ତୋଳୁଥିଲେ। ତେବେ ପାଖରେ ଓହଳି ରହିଥିବା ଉଚ୍ଚ ଶକ୍ତି ସମ୍ପନ୍ନ ୧୧ କେଭି ବିଦ୍ୟୁତ୍‌ ତାର ପ୍ରତି ତାଙ୍କର ନଜର ନ ଥିଲା। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିଙ୍କ ୨ ହାତ ଜଳି ଯାଇଥିଲା। ସେ ସେଠାରୁ ଛିଟ୍‌କି ତଳେ ପଡ଼ିଯାଇଥିଲେ। ପରିବାର ଲୋକେ କିଛି ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ଡାକ୍ତରୀ ଟିମର ଅକ୍ଳାନ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କ ଅବସ୍ଥାରେ ସୁଧାର ନ ଆସିବାରୁ ଶେଷରେ ତାଙ୍କ ହାତ ୨ ଟିକୁ କାଟି ଦିଆଯାଇଥିବା ଜଣାପଡିଛି। ସେ ସମ୍ପୂର୍ଣ ଅକର୍ମଣ୍ୟ ହୋଇ ପଡିଛନ୍ତି। ଦୀର୍ଘଦିନର ଚିକିତ୍ସା ପରେ ସେ ଘରକୁ ଫେରିଛନ୍ତି। ସନ୍ତୋଷ ଜଣେ ଗରିବ ଅସହାୟ ବ୍ୟକ୍ତି ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମର ସାମାଜିକକର୍ମୀ ବିଶ୍ୱନାଥ ପ୍ରଧାନ, ଯୋଗେନ୍ଦ୍ର ପ୍ରଧାନ ଓ ବିଜୟ ସେଠୀ ପ୍ରମୁଖ ଦାବି କରିଛନ୍ତି। ଏନେଇ ଦିଗପହଣ୍ଡି ବିଦ୍ୟୁତ୍‌ ବିଭାଗ ସହକାରୀ ଯନ୍ତ୍ରୀ ଇଂ.ହରିହର ଦତ୍ତଙ୍କୁ ପଚାରିବାରୁ ତାଙ୍କ ନିକଟରେ କୌଣସି ଖବର ନ ଥିବା ଉଲ୍ଲେଖ କରିଛନ୍ତି। ତଥାପି ସେ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି। କ


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?