ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ ଚିତ୍ର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ଦୁଇଜଣ ବାଇକ୍ ଦୁର୍ଘଟଣାଗ୍ରସ୍ତ ଯୁବକ ପ୍ରାୟ ୨୦ ମିନିଟ୍ କାଳ ମେଡିକାଲ ବେଡ୍‌ରେ ବିନା ଚିକିତ୍ସାରେ ଛଟପଟ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି।

ସୂଚନା ମୁତାବକ, ଥୁଆମୂଳ ରାମପୁର ସଦର ତହସିଲ – ନୂଆଁ ପଡ଼ାର ବିକ୍ରମ ମାଝୀ (୨୬) ଏବଂ ରବି ମାଝୀ (୨୩) ଦୁହେଁ ବାଇକ୍ ଯୋଗେ ଥୁଆମୂଳ ରାମପୁର ମାର୍କେଟ ପଟୁ ନିଜ ଘର ନୂଆଁପଡ଼ା ଯାଉଥିବା ସମୟରେ ପେଟ୍ରୋଲ ପମ୍ପ ନିକଟସ୍ଥ ଗୁରୁବେଡ଼ା ପାଖରେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ବିକ୍ରମଙ୍କ କାନ ଛିଡ଼ି ଯାଇ ପ୍ରବଳ ରକ୍ତସ୍ରାବ ହେଉଥିବା ବେଳେ ରବିଙ୍କ ମୁଣ୍ଡରେ ମଧ୍ୟ ଗଭୀର ଆଘାତ ହୋଇଛି। ମାତ୍ର ଦୁର୍ଭାଗ୍ୟର ବିଷୟ, ସେହି ସମୟରେ ଡ୍ୟୁଟିରେ ରହିବାକୁ ଥିବା ଡାକ୍ତର, ଷ୍ଟାଫ୍ ନର୍ସ, ଡ୍ରେସର କିମ୍ବା ସିକ୍ୟୁରିଟି ଗାର୍ଡଙ୍କ ମଧ୍ୟରୁ କେହି ହେଲେ ମଧ୍ୟ ମେଡିକାଲରେ ଉପସ୍ଥିତ ନଥିଲେ। ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ଏନେଇ ମେଡିକାଲ ଇଞ୍ଚାର୍ଜ ଡାକ୍ତର ପ୍ରଦ୍ୟୁସ କୁମାର ପଣ୍ଡାଙ୍କୁ ବାରମ୍ବାର ଫୋନ୍ କରିଥିଲେ ସୁଦ୍ଧା ସେ ପ୍ରଥମେ ଫୋନ୍ ଉଠାଇ ନଥିଲେ। ପରେ ଅନ୍ୟ ଏକ ନମ୍ବରରୁ ଯୋଗାଯୋଗ କରିବାରୁ ସେ ଫୋନ୍ ଉଠାଇଥିଲେ ସତ, କିନ୍ତୁ କର୍ତ୍ତବ୍ୟରେ ଅବହେଳା ପାଇଁ ଦୁଃଖ ପ୍ରକାଶ କରିବା ପରିବର୍ତ୍ତେ ଏହି ଖବର ପ୍ରସାରଣ ନ କରିବାକୁ ପ୍ରତିନିଧିଙ୍କୁ ରୋକଠୋକ୍ କହିଥିଲେ। ତଥାପି ଡାକ୍ତର କିମ୍ବା ନର୍ସ ଆସିବା ବିଳମ୍ବ ହେତୁ ଅନ୍ୟ କିଛି ମେଡିକାଲ କର୍ମଚାରୀଙ୍କୁ ଫୋନ୍ କରି ବାଧ୍ୟ କରିବାରୁ ସେମାନେ ଆସି ଆହତଙ୍କ ପ୍ରାଥମିକ ଚିକିତ୍ସା କରିଥିଲେ। ବିକ୍ରମଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଥିବା ଜଣାପଡ଼ିଛି।

ଏହି ଘଟଣା ଆଜି ନୂଆ ନୁହେଁ। ଅନେକ ସମୟରେ ଡ୍ୟୁଟିରେ ଥିବା କର୍ମଚାରୀମାନେ ନିଜ କାର୍ଯ୍ୟସ୍ଥଳରେ ରହୁନାହାଁନ୍ତି। ରୋଗୀ ଆସିଲେ ସେମାନଙ୍କୁ ବାସଗୃହକୁ ଯାଇ ଡାକିବାକୁ ପଡ଼ୁଛି ଅବା ବାରମ୍ବାର ଫୋନ୍ କରି ମେଡିକାଲ ଆସିବାକୁ ଅନୁରୋଧ କରିବାକୁ ପଡ଼ୁଛି। ଡାକ୍ତରଖାନାର ଏଭଳି ଦାୟିତ୍ୱହୀନତା ଓ ମନମୁଖୀ କାର୍ଯ୍ୟଶୈଳୀକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଏଥିପ୍ରତି ଜିଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ତୁରନ୍ତ ଦୃଷ୍ଟି ଦେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri