ସଂଖ୍ୟାଲଘୁଙ୍କ ପ୍ରତି ଚରମ ଅବହେଳା କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୫ା୭(ବ୍ୟୁରୋ): ପ୍ରଦେଶ ସଂଖ୍ୟାଲଘୁ ବିଭାଗ ସଭାପତି ଜିଆଉଲ୍‌ ହକ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର କଂଗ୍ରେସ ଭବନରେ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ମୁଖ୍ୟ ଅତିଥିରୂପେ ଯୋଗଦେଇ କହିଛନ୍ତି, ସଂଖ୍ୟାଲଘୁଙ୍କ ବହୁବିଧ ସମସ୍ୟା ପ୍ରତି ରାଜ୍ୟ ଓ କେନ୍ଦ୍ର ସରକାର ଚରମ ଅବହେଳା କରୁଛନ୍ତି। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରତ୍ୟେକ ସଂଖ୍ୟାଲଘୁଙ୍କ ସମସ୍ୟା ଶୁଣିବା ସହ ଏହାର ସମାଧାନ ପ୍ରତି ଯନତ୍ଶୀଳ ନ ହେଲେ କଂଗ୍ରେସ ରାଜରାସ୍ତାରେ ଆନ୍ଦୋଳନ କରିବ। ୨୦୨୪ରେ ମିଶନ ୯୦ ଆସନ ଦଖଲ କରି ଲୋକଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଭାଜପାକୁ ତାଚ୍ଛଲ୍ୟ କରି ‘ବଡ଼ା ଝୁଟ୍‌ ପାର୍ଟି’ର ଆଖ୍ୟା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ପ୍ରତ୍ୟେକଟି ଘୋଷଣା ଏବେ ମିଥ୍ୟା ବୋଲି ସବୁ କ୍ଷେତ୍ରରେ ପ୍ରମାଣିତ ହୋଇଛି। ୯୦ ଦଶକରେ ୧୦ ବିଧାୟକରୁ ବଢ଼ି କଂଗ୍ରେସ ସରକାର କରିଥିଲା। ୨୦୨୪ରେ କଂଗ୍ରେସ ରାଜ୍ୟ ଓ କେନ୍ଦ୍ରରେ ସରକାର ଗଢ଼ିବ ଏବଂ ସମସ୍ତଙ୍କ କଠିନ ପରିଶ୍ରମ ଦ୍ୱାରା ହିଁ ଏହା ସମ୍ଭବପର ବୋଲି ପିସିସି ସଭାପତି କହିଛନ୍ତି। ଖୁବଶୀଘ୍ର ରାଜ୍ୟର ସବୁ ଜିଲା ଗସ୍ତକରି ଜିଲା ଓ ରାଜ୍ୟ କମିଟି ଗଠନ କରିବା ସହ କଂଗ୍ରେସ ସଂଖ୍ୟାଲଘୁମାନଙ୍କ ନିକଟରେ ପହଞ୍ଚିବ। ରାଜ୍ୟ ଓ କେନ୍ଦ୍ର ସରକାର ଯେତେ ଷଡ଼ଯନ୍ତ୍ର ଏବଂ ନିର୍ଯାତନା ଦେଲେ ମଧ୍ୟ କଂଗ୍ରେସ ଡରିବ ନାହିଁ ବୋଲି ପ୍ରଦେଶ ସଂଘ୍ୟାଲଘୁ କଂଗ୍ରେସ କମିଟି ଅଧ୍ୟକ୍ଷ ଜିଆଉଲ୍‌ ହକ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri