Posted inଜାତୀୟ

ଉଗ୍ରବାଦ, ଆତଙ୍କବାଦ ଇସଲାମ ଧର୍ମ ବିରୋଧୀ: ଅଜିତ ଡୋଭାଲ

ନୂଆଦିଲ୍ଲୀ,୨୯।୧୧: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସୀମା ପାର ଆତଙ୍କବାଦ ଏବଂ ଆଇଏସଆଇଏସ ଦ୍ୱାରା ପ୍ରେରିତ ଆତଙ୍କବାଦକୁ ମାନବିକତା ବିରୋଧରେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ୍‌ ବୋଲି କହିଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀରେ ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ଶାନ୍ତି ଏବଂ ସାମାଜିକ ସୌହାର୍ଦ୍ଦ୍ୟ ରକ୍ଷା କରିବା ଦିଗରେ ଉଲେମାର ଭୂମିକା ଉପରେ ଆଲୋଚନା ବେଳେ ଅଜିତ ଡୋଭାଲ କହିଛନ୍ତି, ଉଗ୍ରବାଦ ଏବଂ ଆତଙ୍କବାଦ ଇସଲାମ ବିରୋଧୀ, କାରଣ ଇସଲାମର ଅର୍ଥ ହେଉଛି ଶାନ୍ତି ଏବଂ ସମୃଦ୍ଧତା ହୋଇଥାଏ। କୌଣସି ଧର୍ମ ବିରୋଧରେ ମୁହାଁମୁହିଁ ହେବା ଉଚିତ ନୁହେଁ। ଧର୍ମକୁ ସଂକୀର୍ଣ୍ଣ ଭାବରେ ବ୍ୟବହାର କରାଯିବା ଉଚିତ୍‌ ନୁହେଁ। ଗଣତନ୍ତ୍ରରେ ଘୃଣ୍ୟ ଭାଷଣ, ପକ୍ଷପାତିତା, ପ୍ରଚାର, ହିଂସା ଏବଂ ଧର୍ମର ଅପବ୍ୟବହାର ପାଇଁ ସ୍ଥାନ ନାହିଁ। ଆମର ଲକ୍ଷ୍ୟ ହେଉଛି ଏସିଆରେ ସମନ୍ବୟ ଏବଂ ଶାନ୍ତି।
ସେହିପରି ଇଣ୍ଡୋନେସିଆର ଏନଏସଏ ମହମୁଦ ମହମ୍ମଦ କହିଛନ୍ତି, ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ଇଣ୍ଡୋନେସିଆରେ ୧୦୦୦ ସ୍ଥାନୀୟ ଭାଷା ଏବଂ ୭୦୦ରୁ ଅଧିକ ଜନଜାତି ଅଛନ୍ତି। ଆମେ ବିବିଧତା ମଧ୍ୟରେ ଏକତା ଶିଖିବାକୁ ବେହ ଏବଂ ଅସହିଷ୍ଣୁତାକୁ ହଟାଇବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri