Posted inଜାତୀୟ

ଉଗ୍ରବାଦ, ଆତଙ୍କବାଦ ଇସଲାମ ଧର୍ମ ବିରୋଧୀ: ଅଜିତ ଡୋଭାଲ

ନୂଆଦିଲ୍ଲୀ,୨୯।୧୧: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସୀମା ପାର ଆତଙ୍କବାଦ ଏବଂ ଆଇଏସଆଇଏସ ଦ୍ୱାରା ପ୍ରେରିତ ଆତଙ୍କବାଦକୁ ମାନବିକତା ବିରୋଧରେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ୍‌ ବୋଲି କହିଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀରେ ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ଶାନ୍ତି ଏବଂ ସାମାଜିକ ସୌହାର୍ଦ୍ଦ୍ୟ ରକ୍ଷା କରିବା ଦିଗରେ ଉଲେମାର ଭୂମିକା ଉପରେ ଆଲୋଚନା ବେଳେ ଅଜିତ ଡୋଭାଲ କହିଛନ୍ତି, ଉଗ୍ରବାଦ ଏବଂ ଆତଙ୍କବାଦ ଇସଲାମ ବିରୋଧୀ, କାରଣ ଇସଲାମର ଅର୍ଥ ହେଉଛି ଶାନ୍ତି ଏବଂ ସମୃଦ୍ଧତା ହୋଇଥାଏ। କୌଣସି ଧର୍ମ ବିରୋଧରେ ମୁହାଁମୁହିଁ ହେବା ଉଚିତ ନୁହେଁ। ଧର୍ମକୁ ସଂକୀର୍ଣ୍ଣ ଭାବରେ ବ୍ୟବହାର କରାଯିବା ଉଚିତ୍‌ ନୁହେଁ। ଗଣତନ୍ତ୍ରରେ ଘୃଣ୍ୟ ଭାଷଣ, ପକ୍ଷପାତିତା, ପ୍ରଚାର, ହିଂସା ଏବଂ ଧର୍ମର ଅପବ୍ୟବହାର ପାଇଁ ସ୍ଥାନ ନାହିଁ। ଆମର ଲକ୍ଷ୍ୟ ହେଉଛି ଏସିଆରେ ସମନ୍ବୟ ଏବଂ ଶାନ୍ତି।
ସେହିପରି ଇଣ୍ଡୋନେସିଆର ଏନଏସଏ ମହମୁଦ ମହମ୍ମଦ କହିଛନ୍ତି, ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ଇଣ୍ଡୋନେସିଆରେ ୧୦୦୦ ସ୍ଥାନୀୟ ଭାଷା ଏବଂ ୭୦୦ରୁ ଅଧିକ ଜନଜାତି ଅଛନ୍ତି। ଆମେ ବିବିଧତା ମଧ୍ୟରେ ଏକତା ଶିଖିବାକୁ ବେହ ଏବଂ ଅସହିଷ୍ଣୁତାକୁ ହଟାଇବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri