Odisha Elections 2024

ଆଖିଧରା କମାଉଛି ଉପସ୍ଥାନ

ଭୁବନ,୭।୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଖିଧରା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସାମୂହିକ ଶିକ୍ଷାଦାନ ବେଳେ ଜାଣତ ଅଜାଣତରେ ବହୁସଂଖ୍ୟକ ଛାତ୍ରୀଛାତ୍ର ଏହାର ଶିକାର ହୋଇଛନ୍ତି। ସଂକ୍ରମଣ ଆଶଙ୍କାରେ ସୁସ୍ଥ ପିଲାମାନେ ବିଦ୍ୟାଳୟକୁ ଆସିବାକୁ ଭୟ କରୁଛନ୍ତି। ଫଳରେ ଉପସ୍ଥାନ କମିବାରେ ଲାଗିଛି।
ଭୁବନ ଏନ୍‌ଏସି ଅଧୀନ ନୂଆ ଭୁବନ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଗତ ୫ଦିନ ମଧ୍ୟରେ ୯୧ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ଅଛନ୍ତି। ଅଧିକାଂଶଙ୍କ ଛୁଟିରେ ରହିବାର କାରଣ ଆଖିଧରା ବୋଲି ଜଣାପଡ଼ିଛି। ସ୍କୁଲରେ ୪୮୨ ଜଣ ଛାତ୍ରୀଛାତ୍ର ନାମ ଲେଖାଇଥିବା ବେଳେ ଗୁରୁବାର ୩୯୧ ଜଣ ଉପସ୍ଥିତ ଥିଲେ। ଅଭିଭାବକଙ୍କ କହିବା କଥା, ଯେହେତୁ ସ୍କୁଲରେ ପିଲାମାନେ ମିଳିମିଶି ପାଠ ପଢୁଛନ୍ତି, ତେଣୁ ସେମାନଙ୍କୁ ଆଖିଧରା ଡେଇଁବା ଆଶଙ୍କା ବେଶି। ଏବେ ଅଧିକାଂଶ ଛାତ୍ରୀଛାତ୍ର ଏହି ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହା ଅତ୍ୟଧିକ କ୍ଷତିକାରକ ନ ହେଲେ ମଧ୍ୟ ୨-୩ଦିନ ଯନ୍ତ୍ରଣା ଦେଇଥାଏ। ସୁସ୍ଥ ପିଲାଙ୍କୁ ସ୍କୁଲକୁ ପଠାଇଲେ ଘରେ ପରିବାରର ସଦସ୍ୟଙ୍କୁ ସଂକ୍ରମଣ ବ୍ୟାପିବ। ତେଣୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ପିଲାଙ୍କୁ ଘରେ ରହି ପଢ଼ିବାକୁ ପରାମର୍ଶ ଦେଉଛୁ। କେବଳ ନୂଆଭୁବନ ନୋଡାଲ ହାଇସ୍କୁଲ ନୁହେଁ, ଭୁବନ ଅଞ୍ଚଳର ଅଧିକାଂଶ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ସମାନ ସମସ୍ୟା ଦେଖିବାକୁ ମିଳିଛି।
ଅନ୍ୟପଟେ ଶିକ୍ଷା ବିଭାଗ ପକ୍ଷରୁ ଅଦ୍ୟାବଧି ସଂକ୍ରମଣ ରୋକିବା ଲାଗି କୌଣସି ପଦକ୍ଷେପ ନିଆଯାଇ ନ ଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ବିଭାଗୀୟ ପଦସ୍ଥ ଅଧିକାରୀଙ୍କ ନିକଟରେ ସୂଚନା ଥିଲେ ମଧ୍ୟ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଧିବଦ୍ଧ ଭାବେ ଅଭିଯୋଗ କରି ନ ଥିବା କହି ସେମାନେ ଦାୟିତ୍ୱରୁ ମୁହଁ ଫେରାଇ ନେଉଛନ୍ତି। ତେଣୁ ସଂକ୍ରମଣ ନିୟନ୍ତ୍ରଣ ବାହାରକୁ ଯିବା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ରାଜ୍ୟ ସରକାର ଜାରି କରିଥିବା ମାର୍ଗଦର୍ଶିକା ସମ୍ପର୍କରେ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାନୁଷ୍ଠାନଗୁଡ଼ିକରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଏବଂ ସ୍ବାସ୍ଥ୍ୟ ବିଭାଗ ସହ ସମନ୍ବୟ ରଖି ପ୍ରତିକାରମୂଳକ ପଦକ୍ଷେପ ଗ୍ରହଣ କରିବା ଲାଗି ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜୟଦେବ ମିଛ କହୁଛନ୍ତି, ଦମ୍‌ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri