ଆଖିଧରା କମାଉଛି ଉପସ୍ଥାନ

ଭୁବନ,୭।୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଖିଧରା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସାମୂହିକ ଶିକ୍ଷାଦାନ ବେଳେ ଜାଣତ ଅଜାଣତରେ ବହୁସଂଖ୍ୟକ ଛାତ୍ରୀଛାତ୍ର ଏହାର ଶିକାର ହୋଇଛନ୍ତି। ସଂକ୍ରମଣ ଆଶଙ୍କାରେ ସୁସ୍ଥ ପିଲାମାନେ ବିଦ୍ୟାଳୟକୁ ଆସିବାକୁ ଭୟ କରୁଛନ୍ତି। ଫଳରେ ଉପସ୍ଥାନ କମିବାରେ ଲାଗିଛି।
ଭୁବନ ଏନ୍‌ଏସି ଅଧୀନ ନୂଆ ଭୁବନ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଗତ ୫ଦିନ ମଧ୍ୟରେ ୯୧ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ଅଛନ୍ତି। ଅଧିକାଂଶଙ୍କ ଛୁଟିରେ ରହିବାର କାରଣ ଆଖିଧରା ବୋଲି ଜଣାପଡ଼ିଛି। ସ୍କୁଲରେ ୪୮୨ ଜଣ ଛାତ୍ରୀଛାତ୍ର ନାମ ଲେଖାଇଥିବା ବେଳେ ଗୁରୁବାର ୩୯୧ ଜଣ ଉପସ୍ଥିତ ଥିଲେ। ଅଭିଭାବକଙ୍କ କହିବା କଥା, ଯେହେତୁ ସ୍କୁଲରେ ପିଲାମାନେ ମିଳିମିଶି ପାଠ ପଢୁଛନ୍ତି, ତେଣୁ ସେମାନଙ୍କୁ ଆଖିଧରା ଡେଇଁବା ଆଶଙ୍କା ବେଶି। ଏବେ ଅଧିକାଂଶ ଛାତ୍ରୀଛାତ୍ର ଏହି ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହା ଅତ୍ୟଧିକ କ୍ଷତିକାରକ ନ ହେଲେ ମଧ୍ୟ ୨-୩ଦିନ ଯନ୍ତ୍ରଣା ଦେଇଥାଏ। ସୁସ୍ଥ ପିଲାଙ୍କୁ ସ୍କୁଲକୁ ପଠାଇଲେ ଘରେ ପରିବାରର ସଦସ୍ୟଙ୍କୁ ସଂକ୍ରମଣ ବ୍ୟାପିବ। ତେଣୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ପିଲାଙ୍କୁ ଘରେ ରହି ପଢ଼ିବାକୁ ପରାମର୍ଶ ଦେଉଛୁ। କେବଳ ନୂଆଭୁବନ ନୋଡାଲ ହାଇସ୍କୁଲ ନୁହେଁ, ଭୁବନ ଅଞ୍ଚଳର ଅଧିକାଂଶ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ସମାନ ସମସ୍ୟା ଦେଖିବାକୁ ମିଳିଛି।
ଅନ୍ୟପଟେ ଶିକ୍ଷା ବିଭାଗ ପକ୍ଷରୁ ଅଦ୍ୟାବଧି ସଂକ୍ରମଣ ରୋକିବା ଲାଗି କୌଣସି ପଦକ୍ଷେପ ନିଆଯାଇ ନ ଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ବିଭାଗୀୟ ପଦସ୍ଥ ଅଧିକାରୀଙ୍କ ନିକଟରେ ସୂଚନା ଥିଲେ ମଧ୍ୟ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଧିବଦ୍ଧ ଭାବେ ଅଭିଯୋଗ କରି ନ ଥିବା କହି ସେମାନେ ଦାୟିତ୍ୱରୁ ମୁହଁ ଫେରାଇ ନେଉଛନ୍ତି। ତେଣୁ ସଂକ୍ରମଣ ନିୟନ୍ତ୍ରଣ ବାହାରକୁ ଯିବା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ରାଜ୍ୟ ସରକାର ଜାରି କରିଥିବା ମାର୍ଗଦର୍ଶିକା ସମ୍ପର୍କରେ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାନୁଷ୍ଠାନଗୁଡ଼ିକରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଏବଂ ସ୍ବାସ୍ଥ୍ୟ ବିଭାଗ ସହ ସମନ୍ବୟ ରଖି ପ୍ରତିକାରମୂଳକ ପଦକ୍ଷେପ ଗ୍ରହଣ କରିବା ଲାଗି ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?