ରାଜ୍ୟରେ ବଢୁଛି ଆଖିଧରା ରୋଗ

ଭୁବନେଶ୍ୱର, ୧୨।୭ (ବନ୍ଦନା ସେଠୀ): ରାଜ୍ୟରେ ଆଖିଧରା ରୋଗ ଧୀରେ ଧୀରେ ବ୍ୟାପିବାରେ ଲାଗିଛି। ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ପ୍ରତି ୧୦ ଜଣ ଲୋଙ୍କ ମଧ୍ୟରୁ ୩ରୁ ୪ଜଣ ଆଖିଧରା ରୋଗରେ ସଂକ୍ରମିତ ହେଉଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ରଙ୍କ ସୂଚନା ଅନୁଯାୟୀ ପୂର୍ବ ବର୍ଷ ତୁଳନାରେ ଏବେ ଆଖିଧରା ରୋଗୀଙ୍କ ସଂଖ୍ୟା ଦୁଇଗୁଣାରେ ପହଞ୍ଚତ୍ଛି। ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଆଗକୁ ସ୍ଥିତି ବିଗିଡ଼ିଲେ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିପାରନ୍ତି ବୋଲି ଡା. ମିଶ୍ର କହିଛନ୍ତି। ବିଶେଷକରି ସମ୍ବଲପୁର ସଦର ମେଡିକାଲ ଓ ଭୀମ୍‌ସାର୍‌ରେ ଆଖିଧରା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କ ମଧ୍ୟରୁ ଏବେ ୬୦ ପ୍ରତିଶତ ରୋଗୀ କେବଳ ଆଖିଧରା ସଂକ୍ରମିତ ବୋଲି ଜଣାପଡ଼ିଛି। ସେହିପରି ଭୀମ୍‌ସାର୍‌କୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ଆଖିଧରା ରୋଗୀ ଆସି ଚିକିତ୍ସିତ ହେଉଛନ୍ତି। ଏହା ଏକ ଭୂତାଣୁ ଜନିତ ରୋଗ। ସପ୍ତାହେରୁ ୨ ସପ୍ତାହ ମଧ୍ୟରେ ରହିବ। ଏହି ଭୂତାଣୁ ଜଣଙ୍କ ଠାରୁ ଅନ୍ୟ ଜଣଙ୍କୁ ସଂକ୍ରମିତ ହେଉଥିବାରୁ ସତର୍କ ରହିବାକୁ ପଡ଼ିବ। ସେହିପରି ଆଖିଧରା ରୋଗରେ ଅଧିକାଂଶ ଛାତ୍ରୀଛାତ୍ର ସଂକ୍ରମିତ ହେଉଥିବାର ଚିତ୍ର ସାମ୍ନାକୁ ଆସୁଛି। ତେଣୁ ପିଲାମାନଙ୍କ ଅଭିଭାବକମାନେ ସତର୍କତା ଅବଲମ୍ବନ କରିବା ସହ ସଂକ୍ରମିତ ପିଲାଙ୍କୁ ସ୍କୁଲକୁ ନ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। ତେବେ ଆଖିଧରା ରୋଗରୁ ରକ୍ଷା ପାଇବା ତଥା ଏହାର ଚିକିତ୍ସା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବରୁ ମାର୍ଗଦର୍ଶିକା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?