ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ବାସଭବନରେ ଦଳର ୧୦ ଜଣ ବିଧାୟକଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ରଣନୀତି ବୈଠକ କରିଛନ୍ତି।

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗାଁ ଗାଁରେ ଦଳୀୟ ସଂଗଠନକୁ ଅଧିକ ମଜବୁତ କରିବା ଏବଂ ଲୋକଙ୍କ ସହ ସିଧାସଳଖ ଯୋଗାଯୋଗ ବୃଦ୍ଧି କରିବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ଭାଜପା ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ଜନ ଅସନ୍ତୋଷ, ପ୍ରତିଶ୍ରୁତି ପୂରଣରେ ବିଫଳତା ଏବଂ ଜନବିରୋଧୀ ନୀତିକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ବିଧାୟକମାନଙ୍କୁ କୁହାଯାଇଛି। ବୈଠକରେ ଧାନ ସଂଗ୍ରହ ପ୍ରକ୍ରିୟା ଏବଂ ଚାଷୀମାନେ ସାମ୍ନା କରୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ବିସ୍ତୃତ ଆଲୋଚନା ହୋଇଥିଲା।

ଏହି ବୈଠକରେ ପ୍ରତାପ କେଶରୀ ଦେବ, ବିଭୂତି ଭୂଷଣ ବଳବନ୍ତରାୟ, ସାରଦା ପ୍ରସନ୍ନ ନାୟକ, ଦେବୀ ରଞ୍ଜନ ତ୍ରିପାଠୀ, ସୌଭିକ ବିଶ୍ୱାଳ, ଯୋଗେଶ କୁମାର ସିଂ, ଅଧିରାଜ ମୋହନ ପାଣିଗ୍ରାହୀ, ସୁନୀଲ ମହାନ୍ତି, ରୂପେଶ ପାଣିଗ୍ରାହୀ ଏବଂ ରୋହିତ ଜୋସେଫ ତିର୍କୀ ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟପଟେ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି ଯେ ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି। ନୂତନ ଜନଗଣନା ପରେ ପଞ୍ଚାୟତଗୁଡ଼ିକର ପୁନର୍ଗଠନ ଏବଂ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ ହେବ।

୨୦୨୪ ବିଧାନସଭା ନିର୍ବାଚନ ପରେ ବିରୋଧୀ ଆସନରେ ବସିଥିବା ବିଜେଡି ପାଇଁ ଆଗାମୀ ପଞ୍ଚାୟତ ନିର୍ବାଚନ ଭୋଟରଙ୍କ ସହ ପୁନର୍ବାର ଯୋଡ଼ି ହେବା ପାଇଁ ଏକ ବଡ଼ ସୁଯୋଗ ବୋଲି ମନେ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri