ଅଖି ମୁଠି ଅନୁକୂଳ, କୃଷକଙ୍କ ବିକାଶକୁ ଗୁରୁତ୍ୱ

ବରଗଡ଼/ଅତାବିରା,୧।୫(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳିଫାର୍ମ ପରିସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ବୁଧବାର ପୂର୍ବାହ୍ନରେ ଜିଲାସ୍ତରୀୟ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ତଥା ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗୀୟ ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବରଗଡ଼ ଲୋକସଭା ଏମ୍‌ପି ପ୍ରଦୀପ ପୁରୋହିତ ଏବଂ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ନ ହେବା ଏବଂ ଅଧିକ ଫସଲ ଅମଳ ନିମନ୍ତେ ପୂଜାର୍ଚ୍ଚନା ସହିତ ଅଖି ମୁଠି ଅନୁକୂଳ କରିଥିଲେ। ଏହା ସହିତ ଚାଷୀମାନଙ୍କ ଉନ୍ନତି ଲାଗି ରାଜ୍ୟ ସରକାର ବଦ୍ଧପରିକର, ସେମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ କୃଷକ କଲ୍ୟାଣକାରୀ ଯୋଜନା ରାଜ୍ୟ ସରକାର କାର୍ଯ୍ୟକାରୀ କରିଛନ୍ତି ବୋଲି ଅତିଥିବୃନ୍ଦ କହିଥିଲେ। ଏହି ଅବସରରେ ବରଗଡ଼ ଜିଲାର ମୋଟ ୧ଲକ୍ଷ ୯୫ହଜାର ୩୭୦ଜଣ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କ ଖାତାକୁ ପିଏମ୍‌ କିସାନ ସମ୍ମାନ ନିଧି ଟଙ୍କା ଡିବିଟି ମାଧ୍ୟମରେ ଆସିଥିବା ବେଳେ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ସହିତ ଚାଷୀଙ୍କୁ ଟ୍ରାକ୍ଟର କିଣିବା, କୃଷି ଉଦ୍ୟୋଗ ଖୋଲିବା ନେଇ ସବସିଡି ଟଙ୍କା ପ୍ରଦାନ କରାଯାଇଥିଲା। ସେମାନଙ୍କ ମଧ୍ୟରେ କୋମ୍ବାଇନ ହାର୍ଭେଷ୍ଟର କ୍ରୟ ନିମନ୍ତେ ଅତାବିରା ବ୍ଲକ ଖରମୁଣ୍ଡାର ଉମାକାନ୍ତ ପ୍ରଧାନ ଓ ଚକୁଳି ଗ୍ରାମର ରିମାଲପୁଡି ଡୁଗାଦେବୀଙ୍କୁ ୩ଲକ୍ଷ, ଟ୍ରାକ୍ଟର କ୍ରୟ ନିମନ୍ତେ ବରଗଡ଼ ବ୍ଲକ ତୋରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ୧ଲକ୍ଷ ୫୦ହଜାର ଏବଂ କଳାପାଣି ଗ୍ରାମର ରାଜୁ ସାହୁଙ୍କୁ ୧ଲକ୍ଷ ୨୦ହଜାର ଟଙ୍କା ସବସିଡି ମୁଖ୍ୟ ଅତିଥି ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରସନ୍ନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଉପ ଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଲୋକ ପ୍ରତିନିଧି, ଅଞ୍ଚଳର ଚାଷୀ ଏବଂ ବିଭାଗୀୟ ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ।
ପଦ୍ମପୁର (ପ୍ରଦୀପ୍ତ ଦାଶ):
ବରଗଡ଼ ଜିଲା ପଦ୍ମପୁର ବ୍ଲକ୍‌ ଖଲିଆପାଲି ଗ୍ରାମରେ ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ପବିତ୍ର ଅକ୍ଷୟ ତୃତୀୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜବୋଡ଼ାସମ୍ବର କୃଷକ ସଙ୍ଗଠନର ସଭାପତି ବାଞ୍ଛାନିଧି ନାଏକ ଯୋଗଦେଇ ନୀତିକାନ୍ତିରେ ପୂଜାର୍ଚ୍ଚନା କରିବା ପରେ ଅଖି ମୁଠି ଅନୁକୂଳ କରିଥିଲେ। କାର୍ଯ୍ୟକ୍ରମରେ ଦୁଷ୍ମନ୍ତ ପଟେଲ, ଅଶୋକ ସାହୁ, ପଞ୍ଚାନନ ସାହୁ, ଲିଙ୍ଗରାଜ ପଧାନ, ରୋହିତ ପଧାନ, ଅମୃତାଲାଲ ସାହୁ, ବିଜୟ ସାହୁ, ପ୍ରଶାନ୍ତ ପଧାନ, ନିରାକାର ସାହୁ, ସୁରେଶ ଚାନ୍ଦ, ମୀନକେତନ ବିଶ୍ୱାଳ କୃଷି ବିଭାଗର ବିଟିଏମ୍‌ ମିଲୁ ମେହେରଙ୍କ ସମେତ ଚାଷୀ ଓ ସଙ୍ଗଠନର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହିଥିଲେ।
ସୋହେଲା(ଆଶ୍ବିନୀ ପାତ୍ର):
ବରଗଡ଼ ଜିଲା କଂଗ୍ରେସ ଓ କିସାନ କଂଗ୍ରେସ ପକ୍ଷରୁ ସୋହେଲା ମହିମା ଆଶ୍ରମଠାରେ ବୁଧବାର ପୂର୍ବାହ୍ନରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅଖି ମୁଠି ଅନୁକୂଳ ଅନୁଷ୍ଠିତ ହୋଇଥିଲା। ଜିଲା କଂଗ୍ରେସ କମିଟି ସଭାପତି ହରଦୀପ ସିଂଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ପ୍ରକାଶ ଚନ୍ଦ୍ର ଦେବତା ଅଖୀ ମୁଠି ଶୁଭ ଦେଇଥିଲେ। ଏହି ଅବସରରେ ଉପସ୍ଥିତ ନେତୃମଣ୍ଡଳୀ ହଲ ନଙ୍ଗଳ କରିଥିଲେ। ଉପସ୍ଥିତ ଚାଷୀଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ କଂଗ୍ରେସ ନେତା ଯୁଗଳ ପ୍ରସାଦ ସିଂହ, ଗୁଣମଣି ସାହୁ, ଅଭିଷେକ ସେଠ, ବ୍ରହ୍ମାନନ୍ଦ ମହାକୁଡ଼, ସତ୍ୟନାରାୟଣ ଦେବତା, ପାଣ୍ଡବ କର୍ଣ୍ଣ, ପ୍ରତାପ ଚନ୍ଦ୍ର ନାୟକ, ଆନନ୍ଦ ପ୍ରଧାନ, କିଶୋର ସାହୁ, ଅନିଲ ପ୍ରଧାନ, ସୁଶିଲ ଭୋଇ, ମନୋହର ପ୍ରଧାନ, ସୁଶାନ୍ତ ସାହୁ, ସରୋଜ କୁମାର ଭୋଇ, ମାଧବ ସାହୁ, କ୍ଷିରସିନ୍ଧୁ ଡାଙ୍ଗ, ବିବେକାନନ୍ଦ ପ୍ରଧାନ, ବିମଲ ଶିକ୍କା, ସୁରେଶ ମହାନନ୍ଦ, ପପୁ କୁମ୍ଭାର ,ରାଜନ ଦେବତା, ପ୍ରବିନ ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?