Posted inଖେଳ

୨୮ ବର୍ଷ ବୟସରେ ଅବସର ନେଲେ ଭାରତୀୟ କ୍ରିକେଟର

ମୁମ୍ବାଇ, ୧।୬: ସୁଯୋଗ ଅଭାବରୁ ୨୮ ବର୍ଷ ବୟସରେ ସମିତ ପଟେଲ ଭାରତୀୟ କ୍ରିକେଟରୁ ଅସବର ନେଇଛନ୍ତି। ୨୦୧୨ରେ ତାଙ୍କ ପ୍ରତିନିଧିତ୍ୱରେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଟ୍ରଫି ହାତେଇଥିଲା ଭାରତୀୟ ଦଳ। ଦୀର୍ଘ ବର୍ଷ ଧରି ବିଭିନ୍ନ ରାଜ୍ୟ ପାଇଁ ଖେଳିବା ପରେ ଏହି ଉଇକେଟକିପର ବ୍ୟାଟ୍ସମ୍ୟାନ ଆମେରିକା ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ମୁଁ ଭାରତୀୟ କ୍ରିକେଟରୁ ଅବସର ନେଉଛି। ଏ ସମ୍ପର୍କରେ ଇମେଲ ଜରିଆରେ ବିସିସିଆଇକୁ ଜଣାଇ ଦେଇଛି ବୋଲି ଉଇକେଟକିପର ବ୍ୟାଟ୍ସମ୍ୟାନ ପଟେଲ କହିଛନ୍ତି। ଏବେ ସେ ବିଭିନ୍ନ ଦେଶରେ ଫ୍ରାଞ୍ଚାଇଜ କ୍ରିକେଟ ଖେଳିପାରିବେ। ତାଙ୍କର ପ୍ରଥମେ ଷ୍ଟପ୍‌ ହେଉଛି ଓ୍ବେଷ୍ଟଇଣ୍ଡିଜ। ସେଠାରେ କାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ବାର୍ବାଡସ ଟ୍ରାଇଡେଣ୍ଟ୍ସ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ।

ମୁଁ ଆମେରିକା ପକ୍ଷରୁ ପ୍ରତିନିଧିତ୍ୱ କରି ଅନ୍ତର୍ଜାତୀୟ କ୍ରିକେଟର ସ୍ବାଦ ଚାଖିବାକୁ ଚାହେଁ। ଆଉ ପରିବାର ସହ ରହିବି ବୋଲି ଆମେରିକାର ଗ୍ରୀନକାର୍ଡଧାରୀ ସମିତ କହିଛନ୍ତି। କିନ୍ତୁ ୟୁଏସ୍‌ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବା ଲାଗି ତାଙ୍କୁ ୩ ବର୍ଷ ଆମେରିକାରେ ରହିବାକୁ ପଡ଼ିବ। ଉଲ୍ଲେଖଯୋଗ୍ୟ, ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ସଫଳତା ପରେ ସମିତଙ୍କୁ ନିୟମିତ ଗୁଜରାଟ ରଣଜୀ ଦଳରେ ସ୍ଥାନ ମିଳି ନ ଥିଲା। କାରଣ ଦଳର ଅଧିନାୟକ ଥିଲେ ଉଇକେଟକିପର ପାର୍ଥତ୍ବ ପଟେଲ। ନିରାଶ ହୋଇ ତ୍ରୀପୁରା, ଗୋଆ ଓ ବରୋଦା ଭଳି ଦଳ ପାଇଁ କିଛି ବର୍ଷ ରଣଜୀ ଖେଳିଥିଲେ। ୫୫ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଥିବା ସମିତଙ୍କ ନାମରେ ୧୧ ଶତକ ଓ ୧୪ ଅର୍ଦ୍ଧଶତକ ସହ ୩,୨୭୮ ରନ୍‌ ରହିଛି।

ତେବେ ଆମେରିକା ଦଳରେ ପଟେଲ ଏକମାତ୍ର ଭାରତୀୟ ଖେଳାଳି ନୁହନ୍ତି। ଦଳର କୋଚ୍‌ ଦାୟିତ୍ୱରେ କର୍ନାଟକର ପୂର୍ବତନ ଅଧିନାୟକ ତଥା କୋଚ୍‌ ଜେ. ଅରୁଣ କୁମାର ଥିବାବେଳେ ଅଧିନାୟକ ହେଲେ ୨୦୧୦ରେ ଭାରତ ପାଇଁ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଖେଳିଥିବା ସୌରଭ ନେତ୍ରାଭଲକର।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri