Posted inଫୁରସତ

ଇଚ୍ଛାଶକ୍ତି ଥିଲେ ମିଳେ ସଫଳତା

ଜଣଙ୍କର ସଫଳତା ପ୍ରାପ୍ତିରେ ଦିବ୍ୟାଙ୍ଗତା ସମସ୍ୟା କୌଣସି ବାଧା ସୃଷ୍ଟି କରେନା। ଦୃଢ଼ ମନୋବଳ ଥିଲେ ଜୀବନରେ ସମସ୍ତ କ୍ଷେତ୍ରରେ ବିଜୟ ମିଳେ। ଦିବ୍ୟାଙ୍ଗଙ୍କ ମଧ୍ୟରେ ସକାରାତ୍ମକ ମନୋଭାବ ସୃଷ୍ଟି ସହିତ ସେମାନଙ୍କ ପ୍ରତି ମାନବ ସମାଜର କର୍ତ୍ତବ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୩ରେ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଥାଏ। ମିଳିତ ଜାତିସଂଘ ସାଧାରଣ ସଭାରେ ଯୁକ୍ତରାଷ୍ଟ୍ର ଆମେରିକାର ଶିକ୍ଷା ବିଭାଗର ସହକାରୀ ସଚିବ ରବର୍ଟ ଆର ଡାଭିଲା ଡିସେମ୍ବର ୩ରେ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ ଲାଗି ପ୍ରସ୍ତାବ ଦେଇଥିଲେ। ଏହାପରେ ୧୯୯୨ଠାରୁ ପ୍ରତିବର୍ଷ ଡିସେମ୍ବର ୩ରେ ଏହି ଦିବସ ପାଳିତ ହୋଇ ଆସୁଛି। ଏହି ଦିବସ ପାଳନ ଅବସରରେ ଦିବ୍ୟାଙ୍ଗଙ୍କ ଅଧିକାର ଏବଂ ସେମାନଙ୍କ ପ୍ରତି ସମାଜର କର୍ତ୍ତବ୍ୟକୁ ପ୍ରୋତ୍ସାହିତ କରାଯିବା ଲାଗି ସଚେତନତା ସୃଷ୍ଟି ହୋଇଥାଏ।
ମିଳିତ ଜାତିସଂଘରେ ଦିବ୍ୟାଙ୍ଗଙ୍କ କଲ୍ୟାଣ ପାଇଁ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ଏହା ଅନ୍ତର୍ଗତ ଦିବ୍ୟାଙ୍ଗଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଲାଗି ସୁଯୋଗ ପ୍ରଦାନ ପାଇଁ ସମାନତା, ପୁନର୍ବାସ ଏବଂ ଅକ୍ଷମତା ରୋକିବା ଉପରେ ଗୁରୁତ୍ୱ ଦେବା ଲାଗି ଆହ୍ବାନ ଦିଆଯାଇଥିଲା। ସମାଜରେ ଦିବ୍ୟାଙ୍ଗଙ୍କ ଜୀବନ ତଥା ବିକାଶ ପାଇଁ ପଦକ୍ଷେପ ଗ୍ରହଣ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଡିସେମ୍ବର ୧୯୮୨ରେ ମିଳିତ ଜାତିସଂଘର ସାଧାରଣ ସଭା ଦ୍ୱାରା ଗ୍ରହଣ କରାଯାଇଥିବା ଏହା ସହିତ କେତେକ ପ୍ରସ୍ତାବ ଆଧାରରେ ଦିବ୍ୟାଙ୍ଗଙ୍କ ବିକାଶ କାର୍ଯ୍ୟକ୍ରମ ୧୯୮୩ରୁ ୧୯୯୩ ପର୍ଯ୍ୟନ୍ତ ଏକ ଦଶନ୍ଧି ଧରି ଚାଲିଥିଲା, ଯଦ୍ଦ୍ବାରା ଦିବ୍ୟାଙ୍ଗମାନଙ୍କର ବହୁବିଧ ବିକାଶ ସମ୍ଭବ ହୋଇ ପାରିଥିଲା। ଏହି ଦିବସ ପାଳନ ଅବସରରେ ବିଭିନ୍ନ ସଚେତନା କାର୍ଯ୍ୟକ୍ରମ ଆୟୋଜନ କରାଯାଇ ସମାଜରେ ଦିବ୍ୟାଙ୍ଗଙ୍କ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।…

ରାଜପଥରେ ବିତୁଛି  ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ 

କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି  ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri