ଫାବିଓ ବିଲେଟ୍‌ର ନୂଆ ସିଇଓ

ନୂଆଦିଲ୍ଲୀ,୨୪।୮ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ‘ବିଲେଟ୍‌’ର ନୂଆ ସିଇଓ ଭାବେ ଫାବିଓ ରୋବର୍ଟୋ ମାର୍ଟିନ୍ସଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଏପରିକି ସେ ଏହି ନୂତନ ଭୂମିକାରେ ବିଲେଟ୍‌ ଉତ୍ପାଦ ଗୋଷ୍ଠୀର ଦାୟିତ୍ୱ ନେବେ। ଉତ୍ପାଦନକୁ ତ୍ୱରାନ୍ବିତକରି ଉତ୍ପାଦ ମୂଲ୍ୟ ବୃଦ୍ଧି ମାଧ୍ୟମରେ ମୂଲ୍ୟ ସୃଷ୍ଟି ଉପରେ ମଧ୍ୟ ସେ ବିଶେଷ ଧ୍ୟାନଦେବେ। ସେହିଭଳି କମ୍ପାନୀ ତା’ର ବିଲେଟ୍‌ କ୍ଷମତାକୁ ବାର୍ଷିକ ୧.୨ ମିଲିୟନ୍‌ ଟନ୍‌କୁ ବୃଦ୍ଧି କରିବାକୁ ଯୋଜନା କରିଛି। ଏହାକୁ ବିଶ୍ୱର ସର୍ବବୃହତ୍‌ ବିଲେଟ୍‌ ଉତ୍ପାଦକ ଭାବେ ପରିଣତ କରିବାକୁ ଫାବିଓ ଅଭିନବତା ଓ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର ଜରିଆରେ କାର୍ଯ୍ୟ ପରିଚାଳନାକୁ ତଦାରଖ କରିବେ।
ସେହିପରି ଫାବିଓଙ୍କର ଅଲକୋଆରୁ ୨୬ବର୍ଷର ଦୀର୍ଘ ଅଭିଜ୍ଞତା ରହିଛି, ଯେଉଁଠାରେ ସେ ବିଭିନ୍ନ ଦାୟିତ୍ୱ ଗ୍ରହଣ କରିଥିଲେ। ଏପରିକି ନିକଟରେ ସେ ଅପରେଶନ ନିର୍ଦ୍ଦେଶକ ମଧ୍ୟ ଥିଲେ। ତାଙ୍କର ପାରଦର୍ଶିତା ଓ ଅଭିଜ୍ଞତା ଆଲୁମିନିୟମ ବିଲେଟ୍‌ କ୍ଷେତ୍ରରେ ପ୍ରମୁଖ ଭୂମିକା ବହନ କରିବ।
ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ୍‌ ସ୍ଲାଭେନ କହିଛନ୍ତି,ବଜାରର ଚାହିଦା ପୂରଣକରିବା ଲାଗି ଆମେ (ବେଦାନ୍ତ) ମୂଲ୍ୟଯୁକ୍ତ ଉତ୍ପାଦଗୁଡ଼ିକର ପୋର୍ଟଫୋଲିଓ ବିସ୍ତାର କରୁଛି। ଏପରିକି ଆମେ ପୂର୍ବରୁ ଭାରତରେ ସର୍ବବୃହତ୍‌ ବିଲେଟ ଉତ୍ପାଦକ ଓ ରପ୍ତାନିକାରୀ ହୋଇଥିଲାବେଳେ ଆମର ସ୍ଥିତିକୁ ଅଧିକ ମଜଭୁତ କରିବା ଲାଗି ଆମେ ଫାବିଓଙ୍କୁ ଆମର ନେତୃତ୍ୱ ଦଳରେ ନିଯୁକ୍ତି ଦେଇ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri