Posted inଜାତୀୟ

ଯେଉଁ ପୋଷ୍ଟ ପାଇଁ ଟୁଇଟର ବ୍ଲକ କରିଥିଲା ରାହୁଲଙ୍କ ଆକାଉଣ୍ଟ ଏବେ ଫେସବୁକ-ଇନଷ୍ଟାଗ୍ରାମ କଲେ ବ୍ଳକ

ନୂଆଦିଲ୍ଲୀ,୨୦ ।୮: ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ ଓ ଇନଷ୍ଟାଗ୍ରାମ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସେହି ପୋଷ୍ଟକୁ ହଟାଇ ଦେଇଛନ୍ତି , ଯେଉଁଥିରେ ବଳାତ୍କାର ପୀଡ଼ିତା ଓ ତାଙ୍କ ପରିବାରଙ୍କର ପରିଚୟ ପ୍ରଦାନ କରୁଥିଲା । ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ମଙ୍ଗଳବାର କହିଥିଲା କି ଦୁଇଟି ଯାକ ପ୍ଲାଟଫର୍ମ ରାହୁଲଙ୍କ ଏହି ପୋଷ୍ଟକୁ ହଟାଇ ଦେବାକୁ ଚେତାବନୀ ଦେଇଛନ୍ତି । ସୂଚନାଯୋଗ୍ୟ, ଇନଷ୍ଟାଗ୍ରାମ ହେଉଛି ଫେସବୁକର ମାଲିକାନା । ଏହାପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ଲେଖାଯାଇଥିବା ଚିଠିରେ ଫେସବୁକ କହିଥିଲା, ଆପଣ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ଯାହା ପୋଷ୍ଟ କରିଛନ୍ତି ତାହା ଜୁଭେନାଇଲ ଜଷ୍ଟିସ ଆକ୍ଟ ୨୦୧୫, ପୋକ୍‌ସୋ ଆକ୍ଟର ଧାରା ୨୩ ଏବଂ ଭାରତୀୟ ଦଣ୍ଡବିଧି ସଂହିତା ୨୮୮ଏ ଅନୁଯାୟୀ ବେଆଇନ ଅଟେ । ଏନ୍‌ସିପିସିଆର୍ ବିଜ୍ଞପ୍ତି ଅନୁଯାୟୀ, ଆପଣଙ୍କୁ ଏହି ପୋଷ୍ଟ ହଟାଇ ବାକୁ ଅନୁରୋଧ କରାଯାଉଛି । ସୂଚନାଯୋଗ୍ୟ, ଏନ୍‌ସିପିସିଆର୍ ଗତ ସପ୍ତାହରେ ଫେସବୁକକୁ କହିଥିଲା କି ଦିଲ୍ଲୀରେ କଥିତ ବଳାତ୍କାର ପୀଡିତା ୯ ବର୍ଷର ଝିଅଙ୍କ ମାତାପିତାଙ୍କ ଫଟୋ ପୋଷ୍ଟ କରିଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ର୍ରହଣ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri