Posted inଜାତୀୟ

ଯେଉଁ ପୋଷ୍ଟ ପାଇଁ ଟୁଇଟର ବ୍ଲକ କରିଥିଲା ରାହୁଲଙ୍କ ଆକାଉଣ୍ଟ ଏବେ ଫେସବୁକ-ଇନଷ୍ଟାଗ୍ରାମ କଲେ ବ୍ଳକ

ନୂଆଦିଲ୍ଲୀ,୨୦ ।୮: ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ ଓ ଇନଷ୍ଟାଗ୍ରାମ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସେହି ପୋଷ୍ଟକୁ ହଟାଇ ଦେଇଛନ୍ତି , ଯେଉଁଥିରେ ବଳାତ୍କାର ପୀଡ଼ିତା ଓ ତାଙ୍କ ପରିବାରଙ୍କର ପରିଚୟ ପ୍ରଦାନ କରୁଥିଲା । ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ମଙ୍ଗଳବାର କହିଥିଲା କି ଦୁଇଟି ଯାକ ପ୍ଲାଟଫର୍ମ ରାହୁଲଙ୍କ ଏହି ପୋଷ୍ଟକୁ ହଟାଇ ଦେବାକୁ ଚେତାବନୀ ଦେଇଛନ୍ତି । ସୂଚନାଯୋଗ୍ୟ, ଇନଷ୍ଟାଗ୍ରାମ ହେଉଛି ଫେସବୁକର ମାଲିକାନା । ଏହାପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ଲେଖାଯାଇଥିବା ଚିଠିରେ ଫେସବୁକ କହିଥିଲା, ଆପଣ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ଯାହା ପୋଷ୍ଟ କରିଛନ୍ତି ତାହା ଜୁଭେନାଇଲ ଜଷ୍ଟିସ ଆକ୍ଟ ୨୦୧୫, ପୋକ୍‌ସୋ ଆକ୍ଟର ଧାରା ୨୩ ଏବଂ ଭାରତୀୟ ଦଣ୍ଡବିଧି ସଂହିତା ୨୮୮ଏ ଅନୁଯାୟୀ ବେଆଇନ ଅଟେ । ଏନ୍‌ସିପିସିଆର୍ ବିଜ୍ଞପ୍ତି ଅନୁଯାୟୀ, ଆପଣଙ୍କୁ ଏହି ପୋଷ୍ଟ ହଟାଇ ବାକୁ ଅନୁରୋଧ କରାଯାଉଛି । ସୂଚନାଯୋଗ୍ୟ, ଏନ୍‌ସିପିସିଆର୍ ଗତ ସପ୍ତାହରେ ଫେସବୁକକୁ କହିଥିଲା କି ଦିଲ୍ଲୀରେ କଥିତ ବଳାତ୍କାର ପୀଡିତା ୯ ବର୍ଷର ଝିଅଙ୍କ ମାତାପିତାଙ୍କ ଫଟୋ ପୋଷ୍ଟ କରିଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ର୍ରହଣ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri