Posted inଜାତୀୟ

ସମାଜକୁ ପ୍ରଭାବିତ କରିପାରେ ଫେସ୍‌ବୁକ୍‌

ନୂଆଦିଲ୍ଲୀ, ୯ା୭:ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ଦେଶ ଓ ବାହାର ଲୋକଙ୍କୁ ପ୍ରଭାବିତ କରିବାର କ୍ଷମତା ରଖିଛନ୍ତି। ୟୁଜର୍ସଙ୍କ ପୋଷ୍ଟ ସମାଜରେ ଧ୍ରୁବୀକରଣ ଆଣିପାରେ ବୋଲି ସୁପ୍ରିମକୋର୍ଟ ଗୁରୁବାର ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୨୦ ଫେବୃୟାରୀରେ ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀରେ ଘଟିଥିବା ଦଙ୍ଗା ଘଟଣାରେ ଦିଲ୍ଲୀ ବିଧାନସଭା କମିଟି ଫେସ୍‌ବୁକ୍‌ ଇଣ୍ଡିଆର ଉପାଧ୍ୟକ୍ଷ ଏବଂ ଏମ୍‌ଡି ଅଜିତ୍‌ ମୋହନଙ୍କୁ ସମନ କରିଥିଲା। ଏହାକୁ ସେ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ। ସୁପ୍ରିମକୋର୍ଟ ତାଙ୍କ ପିଟିଶନ୍‌ର ଶୁଣାଣି କରି କହିଛନ୍ତି, ପୋଷ୍ଟ ହେଉଥିବା ବିଭିନ୍ନ ପ୍ରସଙ୍ଗର ସତ୍ୟତା ଲୋକେ ଜାଣିପାରି ନ ଥାନ୍ତି। ଫଳରେ ଏହା ଦେଶବିଦେଶରେ ରହୁଥିବା ଲୋକଙ୍କୁ ସହଜରେ ପ୍ରଭାବିତ କରିଥାଏ। ତେଣୁ ମୋହନଙ୍କ ଆବେଦନ ଅପରିପକ୍ୱ ଏବଂ ଦିଲ୍ଲୀ ବିଧାନସଭା ପ୍ୟାନେଲ ତାଙ୍କୁ ସମନ କରିବା ମନ୍ଦ ନୁହେଁ। ଦିଲ୍ଲୀ ଦଙ୍ଗା ମାମଲାରେ ଫେସବୁକ୍‌ ସାକ୍ଷୀ ଭାବେ ହାଜର ନ ହେବାରୁ ତାଙ୍କୁ ସମନ କରାଯାଇଥିଲା। ପ୍ରକାଶ ଯେ, ଏହି ପ୍ରସଙ୍ଗରେ ଜଷ୍ଟିସ୍‌ ସଞ୍ଜୟ କିଷାନ କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଗତ ଫେବୃୟାରୀ ୨୪ରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri