Posted inଜାତୀୟ

ଦୀର୍ଘ ୬ ଘଣ୍ଟା ପରେ ଚାଲୁ ହେଲା ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ

ନୂଆଦିଲ୍ଲୀ,୫ ।୧୦: ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ ଓ ମେସେଞ୍ଜର ପୁଣିଥରେ କାମ କରିବା ଆରମ୍ଭ କରି ଦେଇଛି । କିଛି ଘଣ୍ଟା ପର୍ଯ୍ୟନ୍ତ ଏସବୁ ସର୍ଭର ଡାଉନ୍ ରହିବା ପରେ ଏବେ ଗୋଟିଏ ପରେ ଗୋଟିଏ କାମ ଆରମ୍ଭ କରି ଦେଇଛି । ଏହାସହ ଫେସବୁକର ଆଉ କିଛି ସେବା ବି ବନ୍ଦ ହୋଇଯାଇଥିଲା । ନ୍ୟୁଜ ଏଜେନ୍ସି ରଏଟରର ସୂଚନା ଅନୁଯାୟୀ, ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ ଓ ମସେଞ୍ଜଜର ଭଳି ସୋସିଆଲ ସାଇଟ୍ ପ୍ରାୟ ୬ ଘଣ୍ଟା ଧରି ଡାଉନ୍ ରହିବା ପରେ ପୁଣିଥରେ ଆଂଶିକ ଭାବେ କାମ ଆରମ୍ଭ କରି ଦେଇଛି । ସୋସିଆଲ ମିଡିଆ ପ୍ଲାଟଫର୍ମ ଡାଉନ୍ ହେବା ପଛରେ କ’ଣ କାରଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ । କେତେକ ଏହାକୁ ସାଇବର ଆଟାକ କହୁଥିବା ବେଳେ କେହି କେହି ଏହାକୁ ଡିଏନ୍‌ଏ ଇସ୍ୟୁ ବୋଲି କହୁଛନ୍ତି । ହେଲେ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଥିଲା କି ସର୍ଭର ଡାଉନ୍ ସମ୍ପର୍କରେ ସେମାନେ ଅବଗତ ଅଛନ୍ତି ଓ ଏହାକୁ ଠିକ୍ କରିବାକୁ କାମ ଆରମ୍ଭ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri