ସ୍ପାଇ ପରୀକ୍ଷଣ କଲା ଉତ୍ତର କୋରିଆ, ପଡ଼ୋଶୀ ଦେଶ ଭୟଭୀତ

ପ୍ୟୋଙ୍ଗ୍‌ୟାଙ୍ଗ,୬ା୩: ଉତ୍ତର କୋରିଆ ଶନିବାର ଏକ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା ପରେ ରବିବାର ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ସ୍ପାଇ ସାଟେଲାଇଟ୍‌ ପରୀକ୍ଷା କରିଛି। ଏନେଇ ଏହାର ପଡ଼ୋଶୀ ଦେଶ ପୁଣି ଥରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉତ୍ତର କୋରିଆ କହିଛି, ଏଥର ଏହା ଏକ ଗୁରୁତ୍ୱପୂର୍ଣ୍ଣ ଅନୁସନ୍ଧାନ ଉପଗ୍ରହ (ସ୍ପାଇ ସାଟେଲାଇଟ୍‌) ପରୀକ୍ଷା କରିଛି। ଚଳିତ ବର୍ଷ ଉତ୍ତର କୋରିଆ ଦ୍ୱାରା ଏହା ହେଉଛି ନବମ ପରୀକ୍ଷା। ଏହି ପରୀକ୍ଷଣ ପରେ କୋରିଆ ଉପଦ୍ୱୀପର ଦେଶଗୁଡ଼ିକର ଚିନ୍ତା ବଢ଼ିଯାଇଛି।

ଉତ୍ତର କୋରିଆର ଏହି ପରୀକ୍ଷଣକୁ ଆମେରିକା, ଦକ୍ଷିଣ କୋରିଆ ଏବଂ ଜାପାନ ଦୃଢ଼ ନିନ୍ଦା କରିଛନ୍ତି। ଏହି ଦେଶଗୁଡ଼ିକ ମତରେ, ଉତ୍ତର କୋରିଆ ଆଗାମୀ ସମୟରେ ପ୍ରମୁଖ ଅସ୍ତ୍ରଶସ୍ତ୍ର ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଛି। ଏହି ଦେଶଗୁଡିକ କହିଛନ୍ତି, ଉତ୍ତର କୋରିଆର ପରୀକ୍ଷା ହେଉଛି ମିଳିତ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତିକୁ ସିଧାସଳଖ ଉଲ୍ଲଂଘନ।

ଚଳିତ ବର୍ଷ ଜାନୁୟାରୀରେ ଉତ୍ତର କୋରିଆ ରେକର୍ଡ ସଂଖ୍ୟକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଥିଲା। ୨୦୧୭ ପରେ ଉତ୍ତର କୋରିଆ କହିଛି, ଏହା ଦୀର୍ଘତମ ଦୂରଗାମୀ କ୍ଷେପଣାସ୍ତ୍ର (ଆଇସିବିଏମ)ର ପରୀକ୍ଷଣ ଆରମ୍ଭ କରିଛି।

ଅନ୍ୟପକ୍ଷରେ ଦକ୍ଷିଣ କୋରିଆରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଏହି ପରୀକ୍ଷା ଉତ୍ତର କୋରିଆ ଦ୍ୱାରା କରାଯାଉଛି।

ଉତ୍ତର କୋରିଆ ନିକଟ ଭବିଷ୍ୟତରେ ଏହାର ସ୍ପାଇ ସାଟେଲାଇଟ୍‌କୁ କକ୍ଷପଥରେ ଉତ୍‌କ୍ଷେପଣ କରିବାକୁ ଚେଷ୍ଟା କରୁଛି। ଦକ୍ଷିଣ କୋରିଆର ଶାସକ ଦଳର ପ୍ରାର୍ଥୀ ଲି ଜେ-ମ୍ୟୁଙ୍ଗଙ୍କ ବୈଦେଶିକ ନୀତିର ଉପଦେଷ୍ଟା ଲି ଜୋଙ୍ଗ-ସେକ୍‌ କହିଛନ୍ତି, ଆଇସିବିଏମ ଲଞ୍ଚ୍‌ କରିବା ପାଇଁ ବ୍ୟବହୃତ ହେଉଥିବା ଟେକ୍ନୋଲୋଜି ହେତୁ ଯେକୌଣସି ଉପଗ୍ରହ ଉତ୍‌କ୍ଷେପଣର ଭୟଙ୍କର ପରିଣାମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri