ଆଇଡିଏସ୍‌ ପକ୍ଷରୁ ମୁଖ ସ୍ବଚ୍ଛତା ଦିବସ

ଭୁବନେଶ୍ୱର,୪।୮: ବର୍ତ୍ତମାନ ସମୟରେ ମୁଖ ଗହ୍ବର ସ୍ବଚ୍ଛତା ଏବଂ ସୁସ୍ଥତା ବଜାୟ ରଖିବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ (ଆଇଡିଏସ୍‌) ପକ୍ଷରୁ ନିକଟରେ ମୁଖ ସ୍ବଚ୍ଛତା ଦିବସ ପାଳିତ ହୋଇଯାଇଛି। ପ୍ରତି ବର୍ଷ ୧ ଅଗଷ୍ଟରେ ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେରିଓଡେଣ୍ଟୋଲୋଜିର ପ୍ରତିଷ୍ଠାତା ଡା. ଜି.ବି. ସାଙ୍କୱେଲ୍‌କରଙ୍କର ଜନ୍ମତିଥିରେ ମୁଖ ସ୍ବଚ୍ଛତା ଦିବସ ପାଳନ କରାଯାଉଥିବାବେଳେ ଆଇଡିଏସ୍‌ର ପେରିଓଡେଣ୍ଟିିକ୍ସ ବିଭାଗ ପକ୍ଷରୁ ଏହି ଦିବସକୁ ସ୍ବତନ୍ତ୍ର ଭାବେ ପାଳନ କରାଯାଇଥାଏ। ଏହି ଅବସରରେ ପେରିଓଡେଣ୍ଟିକ୍ସ ଆଣ୍ଡ ଓରାଲ୍‌ ଇମ୍‌ପ୍ଲାଣ୍ଟୋଲୋଜି ବିଭାଗର ପ୍ରଫେସର ଡା. ଅନୁରାଗ ଶତପଥୀ ଏବଂ ପ୍ରଫେସର ଡା. ରଶ୍ମିତା ନାୟକ ସୋଆ କମ୍ୟୁନିଟି ରେଡିଓ ୯୦.୪ ଏବଂ ପ୍ରମେୟ ନ୍ୟୁଜ୍‌ ୭ ଟିଭି ଚ୍ୟାନେଲରେ ଉକ୍ତ ଦିବସର ଗୁରୁତ୍ୱ ଏବଂ ମୁଖ ସ୍ବଚ୍ଛତା ଓ ମାଢ଼ି ସମସ୍ୟା ନେଇ ବିସ୍ତୃତ ତଥ୍ୟ ରଖିଥିଲେ। ସେହିପରି ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ଏକ ସୁନ୍ଦର ରଙ୍ଗୋଲି ଆଇଡିଏସ୍‌ରେ ପ୍ରସ୍ତୁତ କରାଯାଇଥିବା ବେଳେ ରୋଗୀମାନେ ମଧ୍ୟ ଏହି ଦିବସର ମହତ୍ତ୍ୱ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri