Posted inଜାତୀୟ

ଟିକା ଲାଗି ଶୀତଳଭଣ୍ଡାର ସୁବିଧା କର

ନୂଆଦିଲ୍ଲୀ, ୨୫ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଟିକାର ସୁରକ୍ଷା ଓ ଏହାର ତ୍ୱରିତ ବଣ୍ଟନ ଉପରେ ମଙ୍ଗଳବାର ଜୋର୍‌ ଦେଇଛନ୍ତି। ସମସ୍ତଙ୍କ ଲାଗି ସୁରକ୍ଷିତ ଟିକା ସୁବିଧା ଓ ଟିକାର ସୁରକ୍ଷା ପାଇଁ ରାଜ୍ୟଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଜରୁରୀ ବୋଲି ସେ କହିଛନ୍ତି। ଟିକା ପରିଚାଳନା ନେଇ ପ୍ରତ୍ୟେକ ରାଜ୍ୟ ସରକାର ଜିଲା ଓ ବ୍ଲକସ୍ତରରେ ଟାସ୍କଫୋର୍ସ ଗଠନ କରିବା ସହ ଶୀତଳ ଭଣ୍ଡାର କରିବାକୁ ସେ ପରାମର୍ଶ ଦେଇଛନ୍ତି। ସର୍ବାଧିକ କରୋନା କବଳିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଦେଶ ତଥା ରାଜ୍ୟରେ କରୋନା ସ୍ଥିତି, ପ୍ରସ୍ତୁତି ଓ ଟିକାକରଣ ନେଇ ଆଲୋଚନା କରିଛନ୍ତି।
ଟିକା ବଣ୍ଟନ ନେଇ ରାଜ୍ୟଗୁଡ଼ିକ ସମନ୍ବୟ ରକ୍ଷାକରିବା ସହ ଶୀତଳ ଭଣ୍ଡାର ନିର୍ମାଣ କରିବା ଜରୁରୀ ବୋଲି ମୋଦି କହିଛନ୍ତି। ଅକ୍ସଫୋର୍ଡ ଟିକା ୯୦% ପ୍ରଭାବୀ ହୋଇଥିବାବେଳେ ଟିକା ପ୍ରସ୍ତୁତକାରୀ ସଂସ୍ଥା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ଘରୋଇ ବଜାରକୁ ୫୦% ଡୋଜ୍‌ ଦେବାକୁ ପ୍ରତିଶ୍ରୁତି ଦେଇଛି। ହେଲେ ରାଜ୍ୟଗୁଡ଼ିକ ସଂକ୍ରମଣ ଓ ମୃତ୍ୟୁହାର କମାଇବା ଲାଗି ପ୍ରୟାସ କରିବା ଦରକାର। ପରୀକ୍ଷା ପଦ୍ଧତି ଓ ଡାଟାକୁ ସର୍ବାଧିକ ଗୁରୁତ୍ୱ ଦେବା ଲାଗି ପ୍ରଧାନମନ୍ତ୍ରୀ କହିଛନ୍ତି। ଟିକା ଆସିବା ପରେ ପ୍ରଥମେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ପୋଲିସ ଓ ସଫେଇ କର୍ମଚାରୀ, ତୃତୀୟ ପର୍ଯ୍ୟାୟରେ ବୟସ୍କ (୫୦ ବର୍ଷରୁ ଊର୍ଦ୍ଧ୍ୱ) ଓ ଚତୁର୍ଥ ପର୍ଯ୍ୟାୟରେ ଅସୁସ୍ଥ ଲୋକଙ୍କୁ କରୋନା ଟିକା ପ୍ରଦାନ କରାଯିବ। ବୈଠକରେ ମହାରାଷ୍ଟ୍ର, କେରଳ, ପଶ୍ଚିମବଙ୍ଗ, କର୍ନାଟକ, ଉତ୍ତରପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀମାନେ ବୈଠକରେ ସେମାନଙ୍କ ରାଜ୍ୟରେ କରୋନା ସ୍ଥିତି, ସଂକ୍ରମଣର କାରଣ ଓ ପ୍ରତିକାର ପଦକ୍ଷେପ ସମ୍ପର୍କରେ ମତ ରଖିଥିଲେ। ଦିଲ୍ଲୀରେ ପୁନଃ ସଂକ୍ରମଣ ନେଇ ମୋଦି ଚିନ୍ତା ପ୍ରକଟ କରିଥିଲେ। ପ୍ରକାଶଥାଉ କି, ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କେତେକ ନିର୍ଦ୍ଦେଶନାମା ଜାରି କରିଥିଲେ। ଟିକାକରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ସ୍ବାସ୍ଥ୍ୟକର୍ମୀଙ୍କ ଡାଟାବେସ୍‌ ପ୍ରସ୍ତୁତ କରିବା, ସିରିଞ୍ଜ, ଛୁଞ୍ଚତ୍, ପରିବହନ ବ୍ୟବସ୍ଥା, ଶୀତଳ ଭଣ୍ଡାର ପ୍ରସ୍ତୁତି ସମ୍ପର୍କରେ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri