Posted inଜାତୀୟ

କାମେରୁନରେ କଫ୍‌ ସିରପ ପିଇ ଶିଶୁ ମୃତ୍ୟୁ ମାମଲା: ମଧ୍ୟପ୍ରଦେଶ କଫ୍‌ ସିରପ କମ୍ପାନୀର ଫ୍ୟାକ୍ଟ୍ରେରୀ ସିଲ୍‌, ମାମଲା ରୁଜୁ

ନୂଆଦିଲ୍ଲୀ,୩।୮: ଭାରତ ନିର୍ମିତ କଫ୍‌ ସିରପରେ କାମେରୁନରେ ୬ଜଣ ଶିଶୁଙ୍କ ମୃତ୍ୟୁ ମାମଲାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଭାରତ ସରକାର। କେନ୍ଦ୍ରୀୟ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ବୋର୍ଡ ମଧ୍ୟପ୍ରଦେଶର ଏହି କଫ୍‌ ସିରଫ ତିଆରି କରୁଥିବା କମ୍ପାନୀକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛି। ଏହା ପରେ ରାଜ୍ୟ ସରକାରଙ୍କ ଡ୍ରଗ୍ସ ନିୟନ୍ତ୍ରଣ ବିଭାଗ କମ୍ପାନୀର କାରଖାନାକୁ ସିଲ କରିଦେବା ସହ କମ୍ପାନୀ ବିରୋଧରେ ଏକ ମାମଲା ଦାୟର କରିଛି।

ସୂଚନାଯୋଗ୍ୟ, ଗତ ମାସରେ ଆଫ୍ରିକୀୟ ଦେଶ କାମେରୁନରେ ଭାରତରେ ନିର୍ମିିତ କଫ୍‌ ସିରପ ପିଇବା ପରେ ୬ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ କ୍ରମେ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ ଟିମ୍‌ ମଧ୍ୟପ୍ରଦେଶ ସ୍ଥିତ ରିମାନ ଲ୍ୟାବ କମ୍ପାନୀର ଫ୍ୟାକ୍ଟ୍ରେରୀ ଯାଞ୍ଚ କରିଥିଲା। କମ୍ପାନୀର ସମସ୍ତ ଔଷଧଗୁଡିକ କେନ୍ଦ୍ରୀୟ ଲାବୋରେଟୋରୀରେ ପରୀକ୍ଷା କରାଯାଇଥିଲା ଏବଂ ରିପୋର୍ଟ ଆଧାରରେ ଫ୍ୟାକ୍ଟ୍ରେରୀ ବନ୍ଦ କରିବାକୁ କମ୍ପାନୀ ବିରୋଧରେ ନିର୍ଦ୍ଦେଶ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri