କାରଖାନାର ମନମୁଖୀ କାର୍ଯ୍ୟ: ବର୍ଷାକୁ ଖାତିର ନ କରି ଜାରି ରହିଛି ଆନ୍ଦୋଳନ

କେନ୍ଦୁଝର,୨୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣା ସ୍ଥିତଏମ୍‌ଏସ୍‌ପି କାରଖାନାରେ ବାହାର ଅଣ ଓଡ଼ିଆ ନିଯୁକ୍ତିକୁ ନେଇ ଗତ ୨୭ ତାରିଖରୁ ଚାଲିଥିବା କାରଖାନା ସମ୍ମୁଖରେ ସ୍ଥାନୀୟ ଲୋକେ ଆନ୍ଦୋଳନ ଜାରି ରଖିଛନ୍ତି। ଏଣେ ଆନ୍ଦୋଳନ ଚାଲିଥିବା ବେଳେ ତେଣେ ଜିଲା ଶ୍ରମ ବିଭାଗ ପକ୍ଷରୁ ଏ ନେଇ ଆଲୋଚନା ଆଜି ଆରମ୍ଭ କରିଛି।

ପ୍ରକାଶ ଯେ, ଦୀର୍ଘ ପ୍ରାୟ ୨୫ ବର୍ଷ ହେଲା ଉକ୍ତ ଅଞ୍ଚଳରେ ଏହି କାରଖାନା ପ୍ରତିଷ୍ଠା ହୋଇ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ସହ ଅଞ୍ଚଳର ବିକାଶ କରି ସ୍ଥାନୀୟ ଲୋକଙ୍କ ସହଯୋଗରେ ଚାଲି ଆସୁଥିଲା। ଏବେ କିଛି ବର୍ଷ ହେଲା ସ୍ଥାନୀୟ ଲୋକଙ୍କୁ ବାହାର କରି ଅଣ ଓଡ଼ିଆ ବାହାର ଲୋକଙ୍କୁ ନିଯୁକ୍ତି ଦେବା ସହ ସ୍ଥାନୀୟ ଅଞ୍ଚଳର ବିକାଶ ପ୍ରତି ଗୁରୁତ୍ୱ ନ ଦେବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ସ୍ଥାନୀୟ ଲୋକେ କିଛି ଦିନ ତଳେ ଜିଲା ପ୍ରଶାସନଙ୍କୁ ଲିଖିତ ଅଭିଯୋଗ କରିବା ପରେ ଦାବି ପୂରଣ ନ ହେବାରୁ ସୋମବାରଠାରୁ ମୁଖ୍ୟ ଫାଟକ ସମ୍ମୁଖରେ କାରଖାନା ଦାରା ପ୍ରବାହିତ ସ୍ଥାନୀୟ ଅଞ୍ଚଳବାସୀ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତ। ବର୍ଷା ସତ୍ତ୍ୱେ ଆନ୍ଦୋଳନ ଜାରି ରହିଥିବା ବେଳେ ଉକ୍ତ ସ୍ଥାନରେ ସୁରକ୍ଷା ଦୃଷ୍ଟି କୋଣରୁ ପୋଲିସ ମୁତୟନ ହୋଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri