Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବାପରେ ପଦାବନତି: ମହାରାଷ୍ଟ୍ରରେ ଫଡ୍‌ନବିସ ପଞ୍ଚମ

ମୁମ୍ବାଇ,୨।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ କ୍ୟାବିନେଟରେ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି। ମୁଖ୍ୟମନ୍ତ୍ରୀ ହେବା ପରେ ତଳ ପାହ୍ୟାକୁ ଖସିବାରେ ଫଡ୍‌ନବିସ ହେଉଛନ୍ତି ରାଜ୍ୟର ପଞ୍ଚମ ନେତା। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୧୯ ବିଧାନସଭା ନିର୍ବାଚନ ପରେ ଭାଜପା ସହ ଶିବସେନାର କ୍ଷମତା ଭାଗବଣ୍ଟା ନ ଛିଣ୍ଡିବାରୁ ଫଡ୍‌ନବିସ ତରବରିଆ ଭାବେ ନଭେମ୍ବର ୨୩ରେ ଏନ୍‌ସିପି ବିଧାୟକ ଅଜିତ ପାଓ୍ବାରଙ୍କୁ ଧରି ଶପଥ ନେଇଥିଲେ। କିନ୍ତୁ ସଂଖ୍ୟା ଯୋଗାଡ଼ କରି ନ ପାରିବାରୁ ୩ ଦିନ ଭିତରେ ତାଙ୍କୁ ଇସ୍ତଫା ଦେବାକୁ ପଡ଼ିଥିଲା। ତେବେ ମୁଖ୍ୟମନ୍ତ୍ରୀ ପଦରୁ ଯିବା ପରେ କନିଷ୍ଠ ମନ୍ତ୍ରୀ ଭାବେ କାର୍ଯ୍ୟ କରିବା ପ୍ରଥମ ନୁହେଁ। କଂଗ୍ରେସ ନେତା ଶଙ୍କର ରାଓ ଚଭନ ୧୯୭୫ରେ ମୁଖ୍ୟମନ୍ତ୍ରୀ ହୋଇ ୨ ବର୍ଷ ଦାୟିତ୍ୱ ତୁଲାଇଥିଲେ। ପରେ ବସନ୍ତ ଦାଦା ପାଟିଲଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା। ୧୯୭୮ରେ ପାଟିଲ କ୍ୟାବିନେଟରେ ମନ୍ତ୍ରୀ ଥିବା ଶରଦ ପାଓ୍ବାର ସେହି ସରକାରର ପତନ ଘଟାଇ ମୁଖ୍ୟମନ୍ତ୍ରୀ ହୋଇଥିଲେ। ପାଓ୍ବାରଙ୍କ ନେତୃତ୍ୱାଧୀନ ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟ ସରକାରରେ ଚଭନ ଅର୍ଥ ମନ୍ତ୍ରୀ ହୋଇଥିଲେ। ଶିବାଜୀରାଓ ପାଟିଲ ନୀଲଙ୍ଗେକର ୧୯୮୫ ଜୁନ୍‌ରୁ ୧୯୮୬ ମାର୍ଚ୍ଚ ପର୍ଯ୍ୟନ୍ତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଥିଲେ। ଏହାର ଅନେକ ବର୍ଷ ପରେ ଅର୍ଥାତ୍‌ ୨୦୦୪ରେ ସୁଶୀଲ ସିନ୍ଧେଙ୍କ କ୍ୟାବିନେଟରେ ତାଙ୍କୁ ରାଜସ୍ବ ମନ୍ତ୍ରୀ ଦାୟିତ୍ୱ ମିଳିଥିଲା। ୧୯୯୯ରେ ତତ୍କାଳୀନ ଶିବସେନା ନେତା ନାରାୟଣ ରାଣେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ବର୍ଷେ ମଧ୍ୟରେ ସୀମିତ ରହିଥିଲା। ପରେ ରାଣେ ଶିବସେନା ଛାଡ଼ି କଂଗ୍ରେସରେ ଯୋଗ ଦେଇଥିଲେ। ବିଳାସରାଓ ଦେଶମୁଖଙ୍କ ନେତୃତ୍ୱାଧୀନ ସରକାରରେ ରାଣେଙ୍କୁ ରାଜସ୍ବ ବିଭାଗ ମିଳିଥିଲା। କଂଗ୍ରେସ ନେତା ଅଶୋକ ଚଭନ ୨୦୦୮ରୁ ୨୦୧୦ ମଧ୍ୟରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୧୯ରେ ଉଦ୍ଧବ ଠାକ୍‌ରେଙ୍କ ଏମ୍‌ଭିଏ ସରକାରରେ ସେ ପୂର୍ତ୍ତମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?