Posted inଜାତୀୟ

ଫଡନାଭିସ ସବୁଠାରୁ ଦୁଃଖୀ ମଣିଷ, ଯେମିତିକି କମିଶନରଙ୍କୁ ହାବିଲଦାର କରାଯାଇଛି: ସଞ୍ଜୟ ରାଉତଙ୍କ କଟାକ୍ଷ…

ମୁମ୍ବାଇ,୩୧।୫ : ମହାରାଷ୍ଟ୍ର ରାଜନୀତିରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। କେତେବେଳେ ସରକାର ବିରୋଧୀଙ୍କୁ ଟାର୍ଗେଟ କରୁଛନ୍ତି ତ ଅନ୍ୟ କେତେବେଳେ ବିରୋଧୀ ସରକାରଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ଶିବସେନା (ୟୁବିଟି) ମୁଖପାତ୍ର ତଥା ରାଜ୍ୟସଭା ଏମପି ସଞ୍ଜୟ ରାଉତ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଟାର୍ଗେଟ କରିଛନ୍ତି। ସଞ୍ଜୟ ଫଡନାଭିସଙ୍କୁ ଜଣେଅସନ୍ତୁଷ୍ଟ ନେତା ବୋଲି ବର୍ଣ୍ଣନା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ନିକଟରେ ସଞ୍ଜୟଙ୍କୁ ଅସନ୍ତୁଷ୍ଟ ବୋଲି ବର୍ଣ୍ଣନା କରିଥିଲେ। ଏବେ ସଞ୍ଜୟ ଏହାର ଜବାବ ଦେଇଛନ୍ତି।

ସଞ୍ଜୟ ଏକ ସାକ୍ଷାତକାରରେ କହିଛନ୍ତି ଥରେ ଦେବେନ୍ଦ୍ର ଫଡନାଭିସଙ୍କୁ ପଚାରନ୍ତୁ ସେ କେତେ ସନ୍ତୁଷ୍ଟ? ସେ ରାଜ୍ୟର ଜଣେ ସବୁଠାରୁ ଦୁଃଖୀ ବ୍ୟକ୍ତି। ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିଲେ। ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। କିନ୍ତୁ ତାଙ୍କୁ ହଠାତ ଶପଥ ଗ୍ରହଣରୁ ନିବୃତ୍ତ କରାଯାଇ ଉପମୁଖ୍ୟମନ୍ତ୍ରୀ କରାଯାଇଥିଲା। ସେ ସନ୍ତୁଷ୍ଟ କି ନାହିଁ ଥରେ ତାଙ୍କୁ ପଚାରନ୍ତୁ। ରାଜନୀତିରେ ତାଙ୍କ ଜୁନିଅର ଏକନାଥ ଶିନ୍ଦେଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା ଏବଂ ସିନିୟରଙ୍କୁ ଜୁନିଅରଙ୍କ ତଳେ ରଖାଯାଇଥିଲା। ତାଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଦିଆଯାଇଥିଲା। ଜଣେ ବ୍ୟକ୍ତି ଏହି ଉପାୟରେ ସନ୍ତୁଷ୍ଟ ହୋଇପାରିବ କି? ଫଡନାଭିସଙ୍କୁ ସତେ ଯେପରି କମିଶନର ପଦରୁ ହାବିଲଦାର କରାଯାଇଛି।

ଫଡନାଭିସଙ୍କ ମୁହଁକୁ ଥରେ ଦେଖ, ସେ କେତେ ଦୁଃଖୀ ତାହା ଜଣାପଡ଼ିବ। ଯେଉଁ ବ୍ୟକ୍ତି ନିଜେ ଏତେ ଅସନ୍ତୁଷ୍ଟ, ସେ ଅନ୍ୟମାନଙ୍କ ସନ୍ତୁଷ୍ଟି ବିଷୟରେ କ’ଣ କହିବେ। ଉଦ୍ଧବ ଠାକରେଙ୍କ ନେତୃତ୍ୱକୁ ପ୍ରଶଂସା କରି ସଞ୍ଜୟ କହିଛନ୍ତି ତାଙ୍କ ଦଳର ପ୍ରତ୍ୟେକ ନେତା ଖୁସି ଅଛନ୍ତି। ଯେଉଁମାନେ ଅସନ୍ତୁଷ୍ଟ ଅଛନ୍ତି ତାହା ସେମାନେ ଏବେ ଦେଖୁଛନ୍ତି। ସମସ୍ତେ ବର୍ତ୍ତମାନ ଆମ ସହିତ ଖୁସି ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?