Categories: ଜାତୀୟ

ଫଡ୍‌ନବିସ ହେବେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ,୮।୮: ଅଗଷ୍ଟ ୧୫ ପୂର୍ବରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ ଯାଉଛନ୍ତି। ଏଥିରେ ଅନୂ୍ୟନ ୧୫ ଜଣ ମନ୍ତ୍ରୀ ସାମିଲ ହେବେ। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ହାତରେ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ରହିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଶିବସେନାରେ ବିଦ୍ରୋହ ଯୋଗୁ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ଜୁନ୍‌ ୩୦ରେ ସିନ୍ଦେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓ ଫଡ୍‌ନବିସ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଇତିମଧ୍ୟରେ ୩୮ଦିନ ବିତିଥିଲେ ମଧ୍ୟ ମନ୍ତ୍ରିମଣ୍ଡଳ ଗଢ଼ାଯାଇପାରି ନାହିଁ। ୨ ଜଣିଆ କ୍ୟାବିନେଟରେ ସରକାର ଚାଲିଥିବାରୁ ବିରୋଧୀ ଦଳଗୁଡ଼ିକ ସମାଲୋଚନା କରୁଛନ୍ତି।

Share