Posted inଜାତୀୟ

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡ୍‌ନବିସ

ମୁମ୍ବାଇ,୫ା୧୨:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତିର ଆଶାତୀତ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ମହାରାଷ୍ଟ୍ରର ଅଷ୍ଟାଦଶ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇ ତୃତୀୟ ପାଳି କାର୍ଯ୍ୟକାଳ ଆରମ୍ଭ କରିବେ। ଭାଜପା ନେତୃବୃନ୍ଦଙ୍କ ନିଷ୍ପତ୍ତି ଅନୁଯାୟୀ, ବୁଧବାର ବିଧାୟକ ଦଳ ବୈଠକରେ ଫଡ୍‌ନବିସଙ୍କୁ ନେତା ବଛାଯାଇଛି। ଫଡ୍‌ନବିସ ନେତା ନିର୍ବାଚିତ ହେବା ପରେ ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଅଜିତ୍‌ ପାଓ୍ବାରଙ୍କ ସହ ରାଜଭବନକୁ ଯାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କ ନିକଟରେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତାମାନଙ୍କ ଉପସ୍ଥିତିରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବ ପାଇଁ ଦକ୍ଷିଣ ମୁମ୍ବାଇର ଆଜାଦ ମଇଦାନରେ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ପ୍ରାୟ ୨,୦୦୦ ହାଇପ୍ରୋଫାଇଲ୍‌ ଅତିଥିଙ୍କ ଉପସ୍ଥିତି ଏବଂ ବିପୁଳ ସମାଗମକୁ ଦୃଷ୍ଟିରେ ରଖି ଶପଥଗ୍ରହଣ ସ୍ଥଳରେ ୪,୦୦୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି।
୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାର ୨୩୦ ଆସନ ଦଖଲ କରିବାରେ ମହାୟୁତି ସକ୍ଷମ ହୋଇଛି। ଏଥିରୁ ଭାଜପାକୁ ୧୩୨ ଆସନରେ ସଫଳତା ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ୧୧ ଦିନ ଧରି ଶାସକ ମେଣ୍ଟରେ ଟଣାଓଟରା ଲାଗି ରହିଥିଲା। ଶେଷରେ ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଜଣ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ନେବାକୁ ଯାଉଛନ୍ତି। ଜଣେ ଅଜିତ୍‌ ହୋଇଥିବାବେଳେ ଅନ୍ୟ ଉପମୁଖ୍ୟମନ୍ତ୍ରୀ ଶିନ୍ଦେ ହେବେ ବୋଲି କୁହାଯାଉଛି। ତେବେ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ହେବେ ବୋଲି ନିଜେ ନିର୍ଦ୍ଦିଷ୍ଟ ଭାବେ ସ୍ପଷ୍ଟ କରିନାହାନ୍ତି।
ବିଧାନ ଭବନରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ବିଜୟ ରୂପାଣି ଯୋଗଦେଇଥିଲେ। ୫୪ ବର୍ଷୀୟ ଫଡ୍‌ନବିସ ସର୍ବସମ୍ମତିକ୍ରମେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିବା ସେ ଘୋଷଣା କରିଥିଲେ। ଅନ୍ୟତମ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଥିଲେ, ରାଜ୍ୟରେ ଡବଲ୍‌ ଇଞ୍ଜିନ ସରକାର ଚାଲିବ ଏବଂ କେନ୍ଦ୍ର ବିକାଶକୁ ତ୍ୱରାନ୍ବିତ କରିବ। ଏନେଇ ଶିବସେନା ନେତା ଉଦୟ ସାମନ୍ତ କହିଛନ୍ତି, ଗୁରୁବାର କେବଳ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ। ପରବର୍ତ୍ତୀ ସମୟରେ କ୍ୟାବିନେଟ ଓ ବିଭାଗ ବଣ୍ଟନ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri