Posted inଜାତୀୟ

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡ୍‌ନବିସ

ମୁମ୍ବାଇ,୫ା୧୨:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତିର ଆଶାତୀତ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ମହାରାଷ୍ଟ୍ରର ଅଷ୍ଟାଦଶ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇ ତୃତୀୟ ପାଳି କାର୍ଯ୍ୟକାଳ ଆରମ୍ଭ କରିବେ। ଭାଜପା ନେତୃବୃନ୍ଦଙ୍କ ନିଷ୍ପତ୍ତି ଅନୁଯାୟୀ, ବୁଧବାର ବିଧାୟକ ଦଳ ବୈଠକରେ ଫଡ୍‌ନବିସଙ୍କୁ ନେତା ବଛାଯାଇଛି। ଫଡ୍‌ନବିସ ନେତା ନିର୍ବାଚିତ ହେବା ପରେ ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଅଜିତ୍‌ ପାଓ୍ବାରଙ୍କ ସହ ରାଜଭବନକୁ ଯାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କ ନିକଟରେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତାମାନଙ୍କ ଉପସ୍ଥିତିରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବ ପାଇଁ ଦକ୍ଷିଣ ମୁମ୍ବାଇର ଆଜାଦ ମଇଦାନରେ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ପ୍ରାୟ ୨,୦୦୦ ହାଇପ୍ରୋଫାଇଲ୍‌ ଅତିଥିଙ୍କ ଉପସ୍ଥିତି ଏବଂ ବିପୁଳ ସମାଗମକୁ ଦୃଷ୍ଟିରେ ରଖି ଶପଥଗ୍ରହଣ ସ୍ଥଳରେ ୪,୦୦୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି।
୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାର ୨୩୦ ଆସନ ଦଖଲ କରିବାରେ ମହାୟୁତି ସକ୍ଷମ ହୋଇଛି। ଏଥିରୁ ଭାଜପାକୁ ୧୩୨ ଆସନରେ ସଫଳତା ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ୧୧ ଦିନ ଧରି ଶାସକ ମେଣ୍ଟରେ ଟଣାଓଟରା ଲାଗି ରହିଥିଲା। ଶେଷରେ ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଜଣ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ନେବାକୁ ଯାଉଛନ୍ତି। ଜଣେ ଅଜିତ୍‌ ହୋଇଥିବାବେଳେ ଅନ୍ୟ ଉପମୁଖ୍ୟମନ୍ତ୍ରୀ ଶିନ୍ଦେ ହେବେ ବୋଲି କୁହାଯାଉଛି। ତେବେ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ହେବେ ବୋଲି ନିଜେ ନିର୍ଦ୍ଦିଷ୍ଟ ଭାବେ ସ୍ପଷ୍ଟ କରିନାହାନ୍ତି।
ବିଧାନ ଭବନରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ବିଜୟ ରୂପାଣି ଯୋଗଦେଇଥିଲେ। ୫୪ ବର୍ଷୀୟ ଫଡ୍‌ନବିସ ସର୍ବସମ୍ମତିକ୍ରମେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିବା ସେ ଘୋଷଣା କରିଥିଲେ। ଅନ୍ୟତମ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଥିଲେ, ରାଜ୍ୟରେ ଡବଲ୍‌ ଇଞ୍ଜିନ ସରକାର ଚାଲିବ ଏବଂ କେନ୍ଦ୍ର ବିକାଶକୁ ତ୍ୱରାନ୍ବିତ କରିବ। ଏନେଇ ଶିବସେନା ନେତା ଉଦୟ ସାମନ୍ତ କହିଛନ୍ତି, ଗୁରୁବାର କେବଳ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ। ପରବର୍ତ୍ତୀ ସମୟରେ କ୍ୟାବିନେଟ ଓ ବିଭାଗ ବଣ୍ଟନ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?