ଫାଫ୍‌ ଡୁ ପ୍ଲେସିସଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦକୁ ୧୯୩ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ର ୫୪ତମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୩ ଉଇକେଟ୍‌ ହରାଇ ୧୯୨ ରନ୍‌ କରିଛି। ଫଳରେ ସନରାଇଜର୍ସ ହାଇଦ୍ରାବାଦକୁ ଜିତିବା ପାଇଁ ୧୯୩ ରନ୍‌ର ଟାର୍ଗେଟ୍‌ ମିଳିଛି। ଆରସିବି ପ୍ରଥମ ବଲରେ ବିରାଟ କୋହଲିଙ୍କ ଉଇକେଟ ହରାଇବା ପରେ ଅଧିନାୟକ ଫାଫ ଡୁ ପ୍ଲେସିସ ଏବଂ ରଜତ ପାଟିଦାର ମିଳିତ ଭାବେ ଦଳକୁ ବିପର୍ଯ୍ୟୟ ଉଦ୍ଧାର କରିଥିଲେ। ଦ୍ୱିତୀୟ ଉଇକେଟ ପାଇଁ ଉଭୟ ଦ୍ରୁତ ଶତକୀୟ ଭାଗିଦାରୀ କରିଲେ। ରଜତ ୪୮ ରନ ଆଉଟ୍‌ ହୋଇଥିଲେ। ଡୁ ପ୍ଲେସିସ ୭୩ ରନ୍‌ରେ ଅପରାଜିତ ରହିଥିଲେ। ଏହା ବ୍ୟତୀତ ଗ୍ଲେନ ମ୍ୟାକ୍ସୱେଲ ଏବଂ ଦୀନେଶ କାର୍ତ୍ତିକ ଜୋରଦାର ବ୍ୟାଟିଂ କରି ଦଳର ସ୍କୋରକୁ ୧୯୨ରେ ପହଞ୍ଚାଥିଲେ। ମ୍ୟାକ୍ସୱେଲ ୨୪ଟି ବଲରେ ୩୩ରନ ସଂଗ୍ରହ କରିଥିବାବେଳେ କାର୍ତ୍ତିକ ଆଠଟି ବଲରେ ୩୦ ରନରେ ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?