Posted inଖେଳ

ଟେଷ୍ଟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ଏହି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୨: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ତଥା ପୂର୍ବତନ ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ ବୁଧବାର ଟେଷ୍ଟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୬ ବର୍ଷୀୟ ଏହି କ୍ରିକେଟର ନିଜ ଦେଶ ପାଇଁ ୬୯ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ଏଥିରେ ସେ ହାରାହାରି ୪୦.୦୩ରେ ୪୧୬୩ରନ୍‌ ସ୍କୋର କରିଥିଲେ, ଯେଉଁଥିରେ ୧୦ ଶତକ ଏବଂ ୨୧ ଅର୍ଦ୍ଧଶତକ ରହିଛି। ତେବେ ଡୁ ପ୍ଲେସିସ୍‌ ଏକ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଏନେଇ ସୂଚନା ଦେଇଛନ୍ତି।

 

View this post on Instagram

 

A post shared by Faf du plessis (@fafdup)

ଦୀର୍ଘ ୮ ବର୍ଷ ଧରି ଡୁ ପ୍ଲେସିସ୍‌ଙ୍କ ଟେଷ୍ଟ କ୍ୟାରିୟର ଚାଲିଥିଲା। ସେ ନଭେମ୍ବର ୨୦୧୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ଆଡିଲେଡ୍‌ରେ ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ଚଳିତ ମାସରେ ରାଓ୍ବଲପିଣ୍ଡିରେ ପାକିସ୍ତାନ ବିପକ୍ଷରେ ସେ ତାଙ୍କର ଶେଷ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ପାକିସ୍ତାନ ଗସ୍ତରେ ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ସେ ୨ ଯେଷ୍ଟରେ ମାତ୍ର ୫୫ ରନ୍‌ କରିଥିଲେ।

ବ୍ୟାଟ୍ସମ୍ୟାନ୍‌ ବ୍ୟତିତ ଅଧିନାୟକତ୍ୱରେ ଡୁ ପ୍ଲେସିସ୍‌ଙ୍କ ଭଲ ରେକର୍ଡ ରହିଛି। ତାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ୩୬ ଟେଷ୍ଟ ମ୍ୟାଚ୍‌ ଖେଳିଥିଲା। ଏଥିରୁ ୧୮ ମୁକାବିଲା ଦଳ ଜିତିଥିଲା। ଗତବର୍ଷ ଟେଷ୍ଟ ଏବଂ ଟି୨୦ ଟିମ୍‌ର ଅଧିନାୟକ ପଦକୁ ସେ ତତ୍କାଳ ପ୍ରଭାବ ପକାଇ ଛାଡ଼ିଥିଲେ। ତାଙ୍କୁ ଦିନିକିଆ ଅଧିନାୟକ ପଦରୁ ହଟାଯିବା ପରେ ସେ ଏଭଳି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri