Posted inଖେଳ

ଟେଷ୍ଟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ଏହି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୨: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ତଥା ପୂର୍ବତନ ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ ବୁଧବାର ଟେଷ୍ଟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୬ ବର୍ଷୀୟ ଏହି କ୍ରିକେଟର ନିଜ ଦେଶ ପାଇଁ ୬୯ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ଏଥିରେ ସେ ହାରାହାରି ୪୦.୦୩ରେ ୪୧୬୩ରନ୍‌ ସ୍କୋର କରିଥିଲେ, ଯେଉଁଥିରେ ୧୦ ଶତକ ଏବଂ ୨୧ ଅର୍ଦ୍ଧଶତକ ରହିଛି। ତେବେ ଡୁ ପ୍ଲେସିସ୍‌ ଏକ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଏନେଇ ସୂଚନା ଦେଇଛନ୍ତି।

 

View this post on Instagram

 

A post shared by Faf du plessis (@fafdup)

ଦୀର୍ଘ ୮ ବର୍ଷ ଧରି ଡୁ ପ୍ଲେସିସ୍‌ଙ୍କ ଟେଷ୍ଟ କ୍ୟାରିୟର ଚାଲିଥିଲା। ସେ ନଭେମ୍ବର ୨୦୧୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ଆଡିଲେଡ୍‌ରେ ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ଚଳିତ ମାସରେ ରାଓ୍ବଲପିଣ୍ଡିରେ ପାକିସ୍ତାନ ବିପକ୍ଷରେ ସେ ତାଙ୍କର ଶେଷ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ପାକିସ୍ତାନ ଗସ୍ତରେ ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ସେ ୨ ଯେଷ୍ଟରେ ମାତ୍ର ୫୫ ରନ୍‌ କରିଥିଲେ।

ବ୍ୟାଟ୍ସମ୍ୟାନ୍‌ ବ୍ୟତିତ ଅଧିନାୟକତ୍ୱରେ ଡୁ ପ୍ଲେସିସ୍‌ଙ୍କ ଭଲ ରେକର୍ଡ ରହିଛି। ତାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ୩୬ ଟେଷ୍ଟ ମ୍ୟାଚ୍‌ ଖେଳିଥିଲା। ଏଥିରୁ ୧୮ ମୁକାବିଲା ଦଳ ଜିତିଥିଲା। ଗତବର୍ଷ ଟେଷ୍ଟ ଏବଂ ଟି୨୦ ଟିମ୍‌ର ଅଧିନାୟକ ପଦକୁ ସେ ତତ୍କାଳ ପ୍ରଭାବ ପକାଇ ଛାଡ଼ିଥିଲେ। ତାଙ୍କୁ ଦିନିକିଆ ଅଧିନାୟକ ପଦରୁ ହଟାଯିବା ପରେ ସେ ଏଭଳି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri