Posted inଖେଳ

କ୍ରିକେଟ ମଇଦାନରେ WWE ଭଳି ଦୃଶ୍ୟ, ଫାଫ୍‌ ଡୁ ପ୍ଲେସିସ୍‌ଙ୍କୁ ଉଠାଇ ବାହାରେ ଫିଙ୍ଗିଲେ ବଲ ବଏ;Video

ଆବୁଧାବି,୩୦।୧୧: ଆବୁଧାବି ଟି୨୦ ଲିଗ୍‌ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଏହି ଲିଗ୍‌ରେ ଗ୍ରୁପ୍‌ ଷ୍ଟେଜ୍‌ର ଅନ୍ତିମ ଦିନର ମୁକାବିଲା ଖେଳାଯାଇଥିଲା। ଏହାପରେ ଡିସେମ୍ବର ପହିଲାରେ ପ୍ଲେଅଫ୍‌ ମ୍ୟାଚ୍‌ ଆରମ୍ଭ ହେବ। ଏସବୁ ମଧ୍ୟରେ ସୋସିଆଲ ମିଡିଆରେ ଦକ୍ଷିଣ ଆଫ୍ରିକା ପୂର୍ବତନ ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ଏକ ଭିଡିଓ ବେଶ ଭାଇରାଲ ହେଉଛି। ସେ ଏହି ଲିଗ୍‌ରେ ମୋରିସନ ସାମ୍ପ ଆର୍ମି ଦଳର ଅଂଶ ଅଟନ୍ତି। ଏହି ଲିଗ୍‌ର ଏକ ମ୍ୟାଚ୍‌ ସମୟରେ ଫାଫ୍‌ ଗୁରୁତର ଆହତ ହେବାରୁ ରକ୍ଷା ପାଇଛନ୍ତି।

ଆବୁ ଧାବି ଟି୨୦ ଲିଗ୍‌ର ୨୧ତମ ମୁକାବିଲା ନଭେମ୍ବର ୨୬ରେ ଶେଖ ଜାୟଦ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ମୋରିସନ ସାମ୍ପ ଆର୍ମି ଏବଂ ଦିଲ୍ଲୀ ବୁଲ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ସମୟରେ ବାଉଣ୍ଡ୍ରି ନିକଟରେ ଫାଫ୍‌ଙ୍କ ସହ ବଲ୍‌ ବଏଙ୍କର ଜୋରଦାର ଟକ୍କର ହୋଇଥିଲା। ଏହାପରେ ସେ ଆହତ ହେବାରୁ ଅଳ୍ପକେ ବର୍ତ୍ତିଥିଲେ।

ଦିଲ୍ଲୀ ବୁଲ୍ସ ବ୍ୟାଟ୍ସମ୍ୟାନ ଟିମ୍‌ ଡେଭିଡ ଏକ ଶଟ୍‌ ଖେଳିଥିଲେ। ଏହାକୁ ରୋକିବାକୁ ଚେଷ୍ଟା କରିଥିଲେ ଫାଫ୍‌। ବଲ୍‌ ବାଉଣ୍ଡ୍ରିକୁ ଯାଇଥିବା ବେଳେ ରୋପ୍‌ ବାହାରେ ଥିବା ବଲ୍‌ ବଏ ସହ ସେ ଧକ୍କା ହୋଇଯାଇଥିଲେ। ଏମିତିକି ତାଙ୍କ କାନ୍ଧରେ ଫାଫ୍‌ ବିଜ୍ଞାପନ ବୋର୍ଡ ବାହାରେ ପଡ଼ିଯାଇଥିଲେ। ଏହି ଘଟଣାରେ ତାଙ୍କୁ ଆଘାତ ନ ଲାଗିଥିଲେ ବି ଘଟଣା ଚର୍ଚ୍ଚାରେ ରହିଛି। ଏହାକୁ ଲୋକେ ଡବ୍ଲ୍ୟୁଡବ୍ଲ୍ୟୁଇ ଫାଇଟ୍‌ ସହ ତୁଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?