Posted inଖେଳ

ନିଜକୁ ଧୋନୀଙ୍କ ବଡ଼ ପ୍ରଶଂସକ ବୋଲି କହିଲେ ଆର୍‌ସିବି ଅଧିନାୟକ

ନୂଆଦିଲ୍ଲୀ,୧।୩: ଭାରତର ପୂର୍ବତନ ଅଧିନାୟକ ତଥା ଆଇପିଏଲ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସର ନେତୃତ୍ୱ ନେଇଥିବା ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଏହି କ୍ରମରେ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଫାଫ ଡୁପ୍ଲେସି ନିଜକୁ ତାଙ୍କ ବଡ଼ ପ୍ରଶଂସକ ବୋଲି କହିଛନ୍ତି। କ୍ରିକେଟରେ ଧୋନୀ ଜଣେ ସର୍ବୋତ୍ତମ ରଣନୀତିଜ୍ଞ। ଜଣେ ଅଧିନାୟକ ଭାବେ ପରିପକ୍ୱ ହେବାରେ ଧୋନୀ ତାଙ୍କ ସହାୟତା କରିଥିଲେ ବୋଲି ଡୁପ୍ଲେସି କହିଛନ୍ତି।

ଡୁପ୍ଲେସି ୨୦୧୧ରୁ ୨୦୧୫ ଏବଂ ୨୦୧୮ରୁ ୨୦୨୧ ପର୍ଯ୍ୟନ୍ତ ଦୁଇ ଥର ଚେନ୍ନାଇ ଟିମ୍‌ର ଅଂଶ ଥିଲେ। ସେ ଗତ ସିଜନରୁ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଅଧିନାୟକ ଭାବେ ଯୋଡ଼ି ହୋଇଛନ୍ତି। ତେବେ ଆର୍‌ସିବିର ପୋଡକାଷ୍ଟରେ ଡୁପ୍ଲେସି କହିଛନ୍ତି, ସେ ଅଧିନାୟକ ଭାବେ ଷ୍ଟିଫେନ୍‌ ଫ୍ଲେମିଂ ହୋଇପାରିବେ ନାହିଁ କି ମହେନ୍ଦ୍ର ସିଂହ ଧୋନୀ ହୋଇପାରିବେ ନାହିଁ ବୋଲି ଅନୁଭବ କରିଥିଲେ। ଶେଷରେ ସେ ନିଜ ଭଳି ହେବାକୁ ସ୍ଥିର କରିଥିଲେ। କାରଣ ଅନ୍ୟ ଭଳି ହେବାକୁ ଚେଷ୍ଟା କରିବା ଭଳି ଚାପରେ ଥିବା ଭଳି ମନେ ହୁଏ ଏବଂ ଆଶା ମୁତାବକ ପ୍ରଦର୍ଶନ କରିହୁଏ ନାହିଁ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri