ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଗ୍ରାମରେ। କୁସୁମୀ ଗ୍ରାମର ଫଗନୁ ଗୌଡ (୩୦) ଏବଂ ତାଙ୍କ ଦୁଇ ସାଙ୍ଗ ସହ ଗାଁ ମଶାଣି ନିକଟରେ ଛେଳି ଚରାଇବାକୁ ଯାଇଥିଲେ। ଦିନ ପ୍ରାୟ ୨ଟା ସମୟରେ ଫଗନୁ ଏକ ଚାଖୁଣ୍ଡା ଗଛ ଛାଇରେ ବସିଥିଲେ l ସେହି ସମୟରେ ପଛପଟୁ ଏକ ମାଈ ଭାଲୁ ଆକ୍ରମଣ କରି ଫଗନୁଙ୍କୁ ରକ୍ତାକ୍ତ କରି ଥିଲେ l ଫଗନୁଙ୍କ ଚିତ୍କାର ଶୁଣି ତାଙ୍କ ଦୁଇ ସାଙ୍ଗ ଆସି ଦେଖିଲା ବେଳକୁ ଭାଲୁଟି ଫଗନୁର ମୁଣ୍ଡକୁ ତାଡିବାରେ ଲାଗିଛି l ଭୟରେ ଦୁଇଜଣ ସେଠାରୁ ଗାଁକୁ ଦୌଡି ପଳାଇ ଯାଇଥିଲେ। ଗାଁ ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଗାଁ ଲୋକମାନେ ଆସି ସେଠାରେ ଦେଖିବା ବେଳକୁ ଫଗନୁ ମୃତ ହୋଇଯାଇ ଥିବା ସହ ସମସ୍ତ ଶରୀରକୁ କ୍ଷତ କରିଛି। ଖବର ପାଇ ଘଟଣାସ୍ଥଳେ ବନ ବିଭାଗର ଭାରପ୍ରାପ୍ତ ରେଞ୍ଜର ସୁଶାନ୍ତ ସିଂ, ଗାର୍ତ ସୁଶାନ୍ତ ମାଝୀ, ୱାଇଲ୍ଡ ଲାଇଫ ଟିମ ପହଞ୍ଚିଥିଲେ। ପରିବାର ଲୋକେ ଝରିଗାଁ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚି ଶବ ଜବତ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ତଥ୍ୟ ସଂଗ୍ରହ କରିବେ ୧୦୦୦୦ ଏନଏସଏସ ଛାତ୍ରୀ

ଭଞ୍ଜନଗର,୧୩/୭(ବାବୁଲା ପ୍ରଧାନ)- ପୋଷଣ ଅଭିଯାନ ଅବସରରେ ବର୍ତ୍ତମାନ ଓଜନ ଉତ୍ସବ ରାଜ୍ୟରେ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଓଜନ ଉତ୍ସବ ପ୍ରଥମ ପର୍ଯ୍ୟାୟ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri