Posted inରାଜ୍ୟ

ସ୍ୱାମୀ ତ ରହିଲେନି, ଟଙ୍କା ଆଉ କ’ଣ ହେବ

ଭଦ୍ରକ ଅଫିସ, ୧୭ା୧- “ଜୀବନ ତ ବଞ୍ଚାଇ ହେଲାନି। ଆଉ ଚିକିତ୍ସା ପାଇଁ ମିଳିଥିବା ସହାୟତା ରାଶି କ’ଣ ହେବ। ଏହି ଟଙ୍କା ହୁଏତ ଆଉ କାହା ଜୀବନ ବଞ୍ଚାଇବାରେ ସାହାଯ୍ୟ କରିବ” ଏଭଳି କହି କୋଭିଡ୍‌ରେ ପ୍ରାଣ ହରାଇଥିବା ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଅଭିଷେକ ମହାପାତ୍ରଙ୍କ ପରିବାର ପାଇଥିବା ସହାୟତା ରାଶିକୁ ଫେରାଇ ଦେଇଛନ୍ତି। ମୃତ ଅଭିଷେକଙ୍କ ସ୍ତ୍ରୀ ମୌସୁମୀ ମହାପାତ୍ର, ତାଙ୍କ ବାପା ଚିତ୍ତରଞ୍ଜନ ମହାନ୍ତି ଏବଂ ସମ୍ପର୍କୀୟ ଜିଲାପାଳ ତ୍ରିଲୋଚନ ମାଝିଙ୍କ ପାଖକୁ ଆସି ୪୦ ଲକ୍ଷ ଟଙ୍କାର ଡ୍ରାଫ୍ଟ ପ୍ରଦାନ କରିଛନ୍ତି। ସେଥିମଧ୍ୟରୁ ୩୦ଲକ୍ଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏବଂ ୧୦ ଲକ୍ଷ ଜିଲା ରେଡ୍‌କ୍ରସ ପାଣ୍ଠିକୁ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ବାସୁଦେବପୁର ବ୍ଲକ ମନ୍ଦାରୀ ଅଞ୍ଚଳର ଅଭିଷେକ ଗତବର୍ଷ ମେ’ରେ ବିବାହ କରିଥିଲେ। ହେଲେ ବିବାହର ମାତ୍ର ୮ ଦିନ ପରେ ସେ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଥିଲେ। ତାଙ୍କର ଏକ୍‌ମୋ ଚିକିତ୍ସା ପାଇଁ ଅଧିକ ଅର୍ଥ ଆବଶ୍ୟକ ଥିଲା। ସ୍ତ୍ରୀ ମୌସୁମୀ ଓ ପରିବାର ଲୋକେ ବିଭିନ୍ନ ଗଣମାଧ୍ୟମ ଜରିଆରେ ସହାୟତା ପାଇଁ ନିବେଦନ କରିଥିଲେ। ଓଡ଼ିଶା ସମେତ ବିଭିନ୍ନ ସ୍ଥାନରୁ ବହୁ ବଦାନ୍ୟ ବ୍ୟକ୍ତି ଆର୍ଥିକ ସହାୟତାର ହାତ ବଢାଇଥିଲେ। ଅଭିଷେକଙ୍କୁ ଏକ୍‌ମୋ ଚିକିତ୍ସା ପାଇଁ ଭୁବନେଶ୍ୱରରୁ କୋଲକାତାକୁ ଏୟାରଲିଫ୍ଟ କରାଯାଇଥିଲା। କିନ୍ତୁ ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଚିକିତ୍ସାଧୀନ ଅବସ୍ଥାରେ ଗତ ସେପ୍ଟେମ୍ବର ୩ରେ ଅଭିଷେକଙ୍କ ମୃତ୍ୟୁ ଘଟିଥିଲା। ସ୍ବାମୀଙ୍କୁ ହରାଇବା ପରେ ଯାହା କିଛି ଅର୍ଥ ନିଜ ପାଖରେ ଥିଲା ତାହାକୁ ମୌସୁମୀ ଜିଲାପାଳଙ୍କ ଜରିଆରେ ସମାଜର କଲ୍ୟାଣ ପାଇଁ ପ୍ରଦାନ କରିଛନ୍ତି। ଏହି ଟଙ୍କା ଅନ୍ୟମାନଙ୍କ ଚିକିତ୍ସାରେ ସହାୟକ ହୋଇପାରିବ ବୋଲି ମୌସୁମୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri