ପ୍ରାର୍ଥୀପତ୍ର ଦାଖଲ କରିପାରିଲେନି, ଥାନାରେ ମାମଲା

କେନ୍ଦୁଝର, ୨୪।୧ (ସ୍ବ.ପ୍ର.)  କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ସରପଞ୍ଚ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲବେଳେ କେତେକ ଲୋକ ଗଣ୍ଡଗୋଳ କରି ଅଫିସରେ ତାଲା ପକାଇବାସହ ଉକ୍ତ ପ୍ରାର୍ଥୀଙ୍କୁ ନାମାଙ୍କନପତ୍ର ଦାଖଲ କରାଇ ଦେଇ ନ ଥିବା ନେଇ ପ୍ରଥମେ ଯୋଡ଼ା ବିଡିଓଙ୍କ ନିକଟରେ ଏବଂ ପରେ ବାମେବାରୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ବାମେବାରୀ ପୋଲିସ ଏକ ମାମଲା (ନଂ ୧୨/ ୨୦୨୨) ରୁଜୁ କରି ତଦନ୍ତ ଚଳାଇଛି।
ଅନୁଯାୟୀ, ପୁରୁଣାଡିହି ଗ୍ରାମର ଗୌରୀ ନାୟକ ୨୧ ତାରିଖ ଦିନ ୧୧ଟା ସମୟରେ ବଡକାଳିମାଟି ପଞ୍ଚାୟତକୁ ପ୍ରାର୍ଥତ୍ପତ୍ର ଦାଖଲ କରିବାକୁ ତାଙ୍କ ସମର୍ଥକ ଏବଂ ପ୍ରସ୍ତାବକଙ୍କ ସହ ଆସିଥିଲେ। ଏହି ସମୟରେ ବଡକାଳିମାଟି ପଞ୍ଚାୟତ ଅଫିସ ସମ୍ମୁଖରେ କେତେଜଣ ବ୍ୟକ୍ତି ତାଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ଭିତରକୁ ପଶିବାକୁ ଦେଇ ନ ଥିଲେ ଏବଂ ସେମାନଙ୍କ ହାତରୁ ପ୍ରାର୍ଥତ୍ପତ୍ର ଛଡାଇ ନେଇ ଚିରିଦେବା ସହ ଗାଳିଗୁଲଜ କରିଥିଲେ। ନାମାଙ୍କନ ଦାଖଲ କଲେ ଜୀବନରୁ ମାରି ଦେବାକୁ ମଧ୍ୟ ଧମକ ଦେଇଥିଲେ। ଉପସ୍ଥିତ ପୋଲିସ ପକ୍ଷରୁ ପ୍ରାର୍ଥୀଙ୍କୁ ସୁରକ୍ଷା ଦିଆ ନ ଯିବାରୁ ସରପଞ୍ଚ ପ୍ରାର୍ଥୀ ନାୟକ ମନୋନୟନ ପତ୍ର ଦାଖଲ କରି ନ ପାରି ଫେରିଯାଇଥିଲେ ବୋଲି ଏତଲାରେ ଉଲ୍ଲେଖ କରିଛନ୍ତି। ଏନେଇ ବାମେବାରି ଥାନା ଅଧିକାରୀ ଏ.ଏମ.ଟୁଡୁ କହିଛନ୍ତି, ମାମଲା ରୁଜୁ କରିବା ପରେ ଏହାର ତଦନ୍ତ ଦାୟିତ୍ୱ ଡିଏସପିଙ୍କୁ ଦିଆଯାଇଛି ା ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?