Posted inଜାତୀୟ

ଅସଫଳରେ ହେଲେ ମୋଦିଙ୍କ ଚାକର ହେବାକୁ ପଡ଼ିବ: ଖାର୍ଗେ…

ନୂଆଦିଲ୍ଲୀ,୩।୨ : କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଦିଲ୍ଲୀରେ ଅନୁଷ୍ଠିତ ନ୍ୟାୟ ସଂକଳ୍ପ କାର୍ଯ୍ୟକର୍ତ୍ତା ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି ଏହି ସଂଗ୍ରାମ ହେଉଛି ସମ୍ବିଧାନ ଏବଂ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଲଢ଼େଇ। ଯଦି ଆପଣ ଏଥିରେ ବିଫଳ ହୁଅନ୍ତି ତେବେ ଆପଣ ସବୁଦିନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଚାକର ହୋଇଯିବେ। ଖାର୍ଗେ ଭାଜପା ଘୃଣା ରାଜନୀତିରେ ଲିପ୍ତ ଥିବା ଅଭିଯୋଗ କରିଛନ୍ତି ଏବଂ ମୋଦି ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ କରୁ ନାହାନ୍ତି।

ଭାଜପା ସରକାର ପ୍ରତିବର୍ଷ ଦୁଇ କୋଟି ଚାକିରି ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ, ସେହି ଚାକିରି କେଉଁଠାରେ ଅଛି? ପିଏମ ମୋଦି ଜଣେ ମିଛୁଆ ସର୍ଦ୍ଦାର। ଆଜି ମୋଦିଙ୍କ ଗ୍ୟାରେଣ୍ଟି ପ୍ରତ୍ୟେକ ଖବରକାଗଜରେ ଲେଖାଯାଉଛି। ତାଙ୍କର ଗ୍ୟାରେଣ୍ଟି ଥିଲା ପ୍ରତିବର୍ଷ ଦୁଇ କୋଟି ଚାକିରି, ଲୋକଙ୍କ ଆକାଉଣ୍ଟରେ ୧୫-୧୫ ଲକ୍ଷ ଟଙ୍କା, କିନ୍ତ ସେ କିଛି ଦେଇନାହାନ୍ତି। କଂଗ୍ରେସ ଯାହା ପ୍ରତିଶ୍ରୁତି ଦେଇଥିଲା, ତାହା ପୂରଣ କରିଥିଲା। ସେମାନେ ଆମର କୃଷକମାନଙ୍କୁ ପ୍ରତାରଣା କରିଛନ୍ତି। ଯୁବବର୍ଗ, ମହିଳାମାନଙ୍କୁ ପ୍ରତାରଣା କରିଛନ୍ତି। ସବକା ସାଥ, ସବକା ବିକାଶ ହାସ୍ୟାସ୍ପଦ ହୋଇ ରହି ଯାଇଛି। ମୋଦି ସମସ୍ତଙ୍କୁ ଧ୍ୱଂସ କରିଛନ୍ତି।’ମୋଦୀ ଜୀ କଥାବାର୍ତ୍ତା କରନ୍ତି ନାହିଁ, ସେ ସମସ୍ତଙ୍କ ଚେର ଭିତରୁ କାଟି ଦିଅନ୍ତି। ମୁହଁରେ ରାମ କହି ହାତରେ ଛୁରୀ ଧରି ସମସ୍ତଙ୍କ ଚେର କାଟିବାରେ ସେ ଲାଗିଛନ୍ତି। ଆମେ ପ୍ରେମର ଦୋକାନ ଖୋଲିଛୁ, କିନ୍ତୁ ମୋଦି ପ୍ରତିଶୋଧ ଏବଂ ଘୃଣାର ଦୋକାନ ଖୋଲିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri