ଶୂନ-କୋଭିଡ ନୀତି ପାଳନ ନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରପତିଙ୍କ ଚେତାବନୀ…

ବେଜିଂ, ୭।୫ : ଚାଇନାରେ ଶୂନ-କୋଭିଡ ନୀତି ଜାରି ଯୋଗୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସାଂଘାଇ ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସାଧାରଣ ନାଗରିକଙ୍କ ଏହା ପାଳନ କରିବାକୁ ରାଷ୍ଟ୍ରପତି ଶି ଜିନପିଙ୍ଗ କଡା ଚେତାବନୀ ଦେଇଛନ୍ତି। ଜିନପିଙ୍ଗ କହିଛନ୍ତି ଯେ ଚାଇନାକୁ ଯେପରି କେହି ବଦନାମ୍‌ ନ କରନ୍ତି। ଯେଉଁମାନେ ଦେଶର ଏହି ନୀତି ଉପରେ ପ୍ରଶ୍ନ କରୁଛନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସିଏନଏନ ରିପୋର୍ଟ ଅନୁଯାୟୀ, କରୋନା ମହାମାରୀ ସଂକ୍ରମଣ ଯୋଗୁ ସାଂଘାଇର ବହୁ ଲୋକ ଖାଦ୍ୟ ଏବଂ ଚିକିତ୍ସା ସୁବିଧା ଅଭାବରୁ ଗତ ପାଞ୍ଚ ସପ୍ତାହ ଧରି ସୋସିଆଲ ମିଡିଆ ମାଧ୍ୟମରେ ନିଜର କ୍ରୋଧ ପ୍ରକାଶ କରୂଛନ୍ତି। ସାଂଘାଇରେ ଶୂନ-କୋଭିଡ ନୀତି ମାନବିକ ଅଧିକାରର ଉଲ୍ଲଂଘନ ବୋଲି ଏକ ଭାଇରାଲ ଭିଡିଓରେ ପ୍ରକାଶ ପାଇଛି। ଏନେଇ ଜିନ୍‌ ପିଙ୍ଗ୍‌ କ୍ରୋଧ ପ୍ରକାଶ କରିଛନ୍ତି।

ରାଷ୍ଟ୍ରପତି ଜିନପିଙ୍ଗଙ୍କ ଅଧ୍ୟକ୍ଷତାରେ ଶାସକ କମ୍ୟୁନିଷ୍ଟ ପାର୍ଟିର ସର୍ବୋଚ୍ଚ ସଂସ୍ଥା ପଲିଟବୁରୋର ଷ୍ଟାଣ୍ଡିଂ କମିଟିର ଏକ ବୈଠକରେ ଦେଶର ଶୂନ-କୋଭିଡ ନୀତିକୁ ଦୃଢ଼ଭାବରେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏହି ନୀତିକୁ ଯେ କୌଣସି ପ୍ରକାରେ ଭ୍ରାନ୍ତ ଧାରଣା ପ୍ରକାଶ ପରିବା, ସନ୍ଦେହ କିମ୍ବା ବଦନାମ କରିବା ବିରୋଧରେ କମିଟି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛି।
ରାଜ୍ୟ ଗଣମାଧ୍ୟମ ଅନୁଯାୟୀ, ଜିନପିଙ୍ଗ ଏହି ସଭାରେ ପ୍ରଥମ ଥର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।

ସରକାରୀ ନ୍ୟୁଜ ଏଜେନ୍ସି ଶିଂହୁଆ ଅନୁଯାୟୀ, ସାତଜଣିଆ କମିଟି କହିଛି ଯେ କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। କମିଟି ଏହା ମଧ୍ୟ କହିଛି ଯେ ଉହାନରେ କରୋନା ଯୁଦ୍ଧରେ ଆମେ ଜିତିଛୁ ଏବଂ ସାଂଘାଇରେ ମଧ୍ୟ ଜିତିବୁ। ସାଂଘାଇରେ କଡ଼ା ଲକଡାଉନ ଯୋଗୁୁ ଲୋକଙ୍କ ଅସନ୍ତୋଷ ବଢ଼ିିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri