ଶୂନ-କୋଭିଡ ନୀତି ପାଳନ ନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରପତିଙ୍କ ଚେତାବନୀ…

ବେଜିଂ, ୭।୫ : ଚାଇନାରେ ଶୂନ-କୋଭିଡ ନୀତି ଜାରି ଯୋଗୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସାଂଘାଇ ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସାଧାରଣ ନାଗରିକଙ୍କ ଏହା ପାଳନ କରିବାକୁ ରାଷ୍ଟ୍ରପତି ଶି ଜିନପିଙ୍ଗ କଡା ଚେତାବନୀ ଦେଇଛନ୍ତି। ଜିନପିଙ୍ଗ କହିଛନ୍ତି ଯେ ଚାଇନାକୁ ଯେପରି କେହି ବଦନାମ୍‌ ନ କରନ୍ତି। ଯେଉଁମାନେ ଦେଶର ଏହି ନୀତି ଉପରେ ପ୍ରଶ୍ନ କରୁଛନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସିଏନଏନ ରିପୋର୍ଟ ଅନୁଯାୟୀ, କରୋନା ମହାମାରୀ ସଂକ୍ରମଣ ଯୋଗୁ ସାଂଘାଇର ବହୁ ଲୋକ ଖାଦ୍ୟ ଏବଂ ଚିକିତ୍ସା ସୁବିଧା ଅଭାବରୁ ଗତ ପାଞ୍ଚ ସପ୍ତାହ ଧରି ସୋସିଆଲ ମିଡିଆ ମାଧ୍ୟମରେ ନିଜର କ୍ରୋଧ ପ୍ରକାଶ କରୂଛନ୍ତି। ସାଂଘାଇରେ ଶୂନ-କୋଭିଡ ନୀତି ମାନବିକ ଅଧିକାରର ଉଲ୍ଲଂଘନ ବୋଲି ଏକ ଭାଇରାଲ ଭିଡିଓରେ ପ୍ରକାଶ ପାଇଛି। ଏନେଇ ଜିନ୍‌ ପିଙ୍ଗ୍‌ କ୍ରୋଧ ପ୍ରକାଶ କରିଛନ୍ତି।

ରାଷ୍ଟ୍ରପତି ଜିନପିଙ୍ଗଙ୍କ ଅଧ୍ୟକ୍ଷତାରେ ଶାସକ କମ୍ୟୁନିଷ୍ଟ ପାର୍ଟିର ସର୍ବୋଚ୍ଚ ସଂସ୍ଥା ପଲିଟବୁରୋର ଷ୍ଟାଣ୍ଡିଂ କମିଟିର ଏକ ବୈଠକରେ ଦେଶର ଶୂନ-କୋଭିଡ ନୀତିକୁ ଦୃଢ଼ଭାବରେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏହି ନୀତିକୁ ଯେ କୌଣସି ପ୍ରକାରେ ଭ୍ରାନ୍ତ ଧାରଣା ପ୍ରକାଶ ପରିବା, ସନ୍ଦେହ କିମ୍ବା ବଦନାମ କରିବା ବିରୋଧରେ କମିଟି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛି।
ରାଜ୍ୟ ଗଣମାଧ୍ୟମ ଅନୁଯାୟୀ, ଜିନପିଙ୍ଗ ଏହି ସଭାରେ ପ୍ରଥମ ଥର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।

ସରକାରୀ ନ୍ୟୁଜ ଏଜେନ୍ସି ଶିଂହୁଆ ଅନୁଯାୟୀ, ସାତଜଣିଆ କମିଟି କହିଛି ଯେ କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। କମିଟି ଏହା ମଧ୍ୟ କହିଛି ଯେ ଉହାନରେ କରୋନା ଯୁଦ୍ଧରେ ଆମେ ଜିତିଛୁ ଏବଂ ସାଂଘାଇରେ ମଧ୍ୟ ଜିତିବୁ। ସାଂଘାଇରେ କଡ଼ା ଲକଡାଉନ ଯୋଗୁୁ ଲୋକଙ୍କ ଅସନ୍ତୋଷ ବଢ଼ିିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri