ଜିରା ନଦୀପଠାରେ ହେବ ମେଳା

ବରଗଡ଼ ଅଫିସ୍‌,୧୭।୧୨: ମହାମାରୀ କରୋନା ଯୋଗୁ ୨ବର୍ଷ ଧରି ବରଗଡ଼ ଧନୁଯାତ୍ରା ମହୋତ୍ସବ ବନ୍ଦ ରହିଥିଲା। କରୋନା କଟକଣା ହଟିବା ପରେ ଏଥର ଧନୁଯାତ୍ରା ପାଇଁ ବରଗଡ଼ରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ମହୋତ୍ସବ ୭୫ବର୍ଷରେ ପଦାର୍ପଣ କରୁଥିବାବେଳେ ଅନ୍ୟବର୍ଷ ତୁଳନାରେ ଅଧିକ ଦର୍ଶକଙ୍କ ସମାଗମ ହେବ ବୋଲି ଅନୁମାନ କରାଯାଉଛି । ଫଳରେ ଧନୁଯାତ୍ରାକୁ ଆସୁଥିବା ଦର୍ଶକଙ୍କ ପାଇଁ ଯେଭଳି କିଛି ଅସୁବିଧା ହେବନାହିଁ, ମହୋତ୍ସବକୁ ସମସ୍ତେ ଭଲ ଭାବେ ଉପଭୋଗ କରିବେ ଏବଂ ସମ୍ଭାବ୍ୟ ଭିଡ଼କୁ ନିୟନ୍ତ୍ରଣ କରାଯିବ, ସେଥିପ୍ରତି ଧନୁଯାତ୍ରା ମହୋତ୍ସବ ସମିତି ଓ ଜିଲା ପ୍ରଶାସନ ଏବେଠାରୁ ଲାଗି ପଡ଼ିଛି। ଏହି କ୍ରମରେ ଶୁକ୍ରବାର ଧନୁଯାତ୍ରା ମହୋତ୍ସବ ସମିତି ସଭାପତି ତଥା ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଧନୁଯାତ୍ରାବେଳେ ଯମୁନା ପାଲୁଟିଥିବା ଜିରା ନଦୀପଠା ପରିଦର୍ଶନ କରିଥିଲେ। ଏଥର ନଦୀପଠାରେ ପଲ୍ଲିଶ୍ରୀ ମେଳା ଭଳି ବିଭିନ୍ନ ଷ୍ଟଲ ଖୋଲାଯିବାର ପରିକଳ୍ପନା ରହିଛି। ସମ୍ଭାବ୍ୟ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଉଥିବା ସୂଚନା ମିଳିଛି। ସେହିପରି ସନ୍ଧ୍ୟାରେ ଧନୁଯାତ୍ରା ମହୋତ୍ସବ କାର୍ଯ୍ୟକାରୀ କମିଟିର ଏକ ବୈଠକ ବସିଥିଲା। ଜିଲାପାଳ ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଧନୁଯାତ୍ରା ପାଇଁ ଏଥର ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଜିଲାପାଳ ବାନାର୍ଜୀ ସୂଚନା ଦେଇଥିଲେ। ଏଥର ଧନୁଯାତ୍ରା ପାଇଁ ବ୍ୟୟ ଅଟକଳ ପ୍ରାୟ ୧କୋଟି ୭୦ଲକ୍ଷ ରହିଥିବା ସୂଚନା ଦିଆଯାଇଥିବା ବେଳେ ସେଥିରେ ସ୍ବଚ୍ଛତା ଆଣିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ଜିଲାପାଳ କହିଥିଲେ। ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, ଉପସଭାପତି ତଥା ଏସ୍‌ପି ସ୍ମିତ୍‌ ପି. ପରମାର୍‌, ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri