ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର ବ୍ୟକ୍ତିଙ୍କୁ ‘ଜଗନ୍ନାଥ ମନ୍ଦିର ସ୍କ୍ବାଡ୍‌୍‌’ରେ ନିଯୁକ୍ତି ଦିଆଯିବ। ଏହି ପତ୍ରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ନାଁ ଏବଂ ଦସ୍ତଖତ ମଧ୍ୟ ଦିଆଯାଇଛି। କିନ୍ତୁ ତାରିଖ ଓ ଭାଷାରେ ବହୁ ତ୍ରୁଟି ରହିଛି, ଯାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁରକ୍ଷା ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ବୁଧବାର ସୁରକ୍ଷା ଅଧିକାରୀ ଏ ସଂକ୍ରାନ୍ତରେ ଥାନାରେ ଏତଲା ଦେଇଛନ୍ତି। ତେବେ ଲେଟର ଭାଇରାଲ ହେବା ପରେ ନିଯୁକ୍ତି ସମ୍ପର୍କିତ କେଳେଙ୍କାରୀ ସାମ୍ନାକୁ ଆସିଛି। ଟଙ୍କା ନେଇ ନିରୀହ ଯୁବତୀଯୁବକଙ୍କୁ ଏଭଳି ଠକେଇ କରାଯାଉଥିବା ଅଭିଯୋଗ ହୋଇଛି। ଏହା ପଛର ମାଷ୍ଟରମାଇଣ୍ଡଙ୍କୁ ଧରିବା ପାଇଁ ଖୋଳତାଡ଼ ଆରମ୍ଭ ହୋଇଛି।
ସୂଚନା ଅନୁଯାୟୀ, ଉକ୍ତ ଚିଠି ୩୧.୭.୨୦୨୬ରେ ଜାରି ହୋଇଛି। ପୁରୀର ସ୍ବସ୍ତି ପ୍ରୀତମ ପାଇକରାୟଙ୍କୁ ଶ୍ରୀମନ୍ଦିର ସ୍କ୍ବାଡ୍‌ରେ ନିଯୁକ୍ତି ନେଇ ଚିଠି କରାଯାଇଛି, ଯାହାକି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହି ଖବର ଜାଣିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏକ ପ୍ରେସ୍‌ ବିଜ୍ଞପ୍ତିରେ କହିଛନ୍ତି, ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କୁ ନିର୍ଦ୍ଦେଶ
ଶ୍ରୀମନ୍ଦିର ପ୍ରଶାସନ…
ଦିଆଯାଇଛି। ଏଥିସହ ଥାନାରେ ଏତଲା ଦେବାକୁ କୁହାଯାଇଛି। ସେହିପରି ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ହେମନ୍ତ କୁମାର ପାଢ଼ୀ କହିଛନ୍ତି, ଜଗନ୍ନାଥ ମନ୍ଦିର ସ୍କ୍ବାଡ୍‌ ନାମରେ କେତେଜଣ ବ୍ୟକ୍ତିଙ୍କୁ ଶ୍ରୀମନ୍ଦିରରେ ନିଯୁକ୍ତି ଦିଆଯାଇଥିବା ସୋସିଆଲ ମିଡିଆରୁ ଜାଣିବାକୁ ମିଳିଥିଲା। ଏପରିକି ନିଯୁକ୍ତିପତ୍ରରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଦସ୍ତଖତ ରହିଛି, ଯାହାକୁ ଜାଲିଆତି କରାଯାଇଛି। ପ୍ରାୟ ୧୫ଜଣଙ୍କ ନାମରେ ଏଭଳି ଜାଲ୍‌ ନିଯୁକ୍ତିପତ୍ର କରାଯାଇଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ନିଯୁକ୍ତିପାଇଁ ଆବେଦନ ଦିଆଯାଇନାହିଁ। ଏହି ମିଥ୍ୟା ନିଯୁକ୍ତିପତ୍ର ପଛରେ ଅସାମାଜିକ ବ୍ୟକ୍ତିଙ୍କ ହାତ ରହିଥିବା ଅନୁମାନ କରାଯାଉଛି। ଟଙ୍କା ଲୁଟିବା ପାଇଁ ଏପରି କରାଯାଇଥାଇପାରେ। ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯଦି ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତି ନେଇ କୌଣସି ସାଇଟ୍‌ରେ ଖବର ପ୍ରକାଶ ପାଉଛି, ତେବେ ସେମାନେ ବିଶ୍ୱାସ ନ କରି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି ଅଧିକାରୀ ଓ କର୍ମଚାରୀଙ୍କଠାରୁ ବୁଝି ନିଶ୍ଚିନ୍ତ ହୁଅନ୍ତୁ। ବର୍ତ୍ତମାନ ଯେଉଁ ନିଯୁକ୍ତିପତ୍ର ଭାଇରାଲ ହେଉଛି ତାହା ସମ୍ପୂର୍ଣ୍ଣ ନକଲି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ କରୁଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?