ଜାଲ୍‌ ବିି.ଇଡି. ସାର୍ଟିଫିକେଟ ଦେଇ ଜେଲ ଗଲେ ଶିକ୍ଷକ

ବୌଦ୍ଧ ୨୭।୮(ସ୍ବ.ପ୍ର.): ବୌଦ୍ଧ ଜିଲାରେ ନକଲି ସାର୍ଟିଫିକେଟ ଦେଇ ଅନେକ ଶିକ୍ଷକତା ଚାକିରି କରୁଥିବା ବହୁବାର ଅଭିଯୋଗ ହୋଇଆସୁଛି। ଏନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ କରାଯାଉଥିବାବେଳେ କିନ୍ତୁ ନକଲି ଶିକ୍ଷକଙ୍କ ଉପରେ କୌଣସି ପ୍ରଭାବ ପଡିପାରୁନାହିଁ। ଜିଲା ଶିକ୍ଷା ବିଭାଗ ପକ୍ଷରୁ ପୂର୍ବରୁ ମଧ୍ୟ କିଛି ନକଲି ଶିକ୍ଷକଙ୍କ ନାମରେ ଏତଲା ଦିଆଯାଇଥିଲେ ମଧ ଠିକ ଭାବେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହେଉଛି। ବାରମ୍ବାର ଅଭିଯୋଗ ପରେ ଜିଲା ଶିକ୍ଷା ବିଭାଗର ଚେତା ପଶିଛି। ଏନେଇ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଉଦୟନାଥ ମାଝି ଜଣେ ନକଲି ଶିକ୍ଷକଙ୍କ ନାମରେ ବୌଦ୍ଧ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ବୌଦ୍ଧ ଥାନା ପକ୍ଷରୁ ଏକ ମାମଲା (ନଂ.୨୨୬/୨୨) ରୁଜୁ କରାଯାଇ ତଦନ୍ତ ଆରମ୍ଭ କରାଯାଇଥିଲା। ଅଭିଯୋଗ ଅନୁଯାୟୀ ନୟାଗଡ ଜିଲା ବଳଭଦ୍ରପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ନିଶାଙ୍କ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ହାଟଗାଁ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟରେ ଗତ ୨୦୧୩ରୁ ସହକାରୀ ଶିକ୍ଷକ ଭାବେ କାର୍ଯ୍ୟକରି ଆସୁଥିଲେ। ସେ ଚାକିରି କରିବା ସମୟରେ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ବିଶ୍ୱବିଦ୍ୟାଳୟର ବିଇଡି ସାର୍ଟିଫିକେଟ ଦେଇ ଚାକିରି ପାଇଥିଲେ। କିନ୍ତୁ ତାଙ୍କର ସାର୍ଟିଫିକେଟ ନକଲି ବୋଲି ଜାଣିବା ପରେ ଡିଇଓ ମାଝି ବୌଦ୍ଧ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାରେ ଶିକ୍ଷକ ନିଶାଙ୍କଙ୍କୁ ଶୁକ୍ରବାର ଗିରଫ କରି କୋର୍ଟକୁ ପଠାଇଥିବା ଜଣାପଡିଛି। ଏନେଇ ବୌଦ୍ଧ ଥାନା ଅଧିକାରୀ ମାଧବାନନ୍ଦ ନାଏକଙ୍କୁ ପଚାରିବାରୁ ଜିଲା ଶିକ୍ଷା ଅଧିକାରୀଙ୍କ ଅଭିଯୋଗ ପରେ ମାମଲା ହୋଇଥିବା କହିଥିଲେ। ଶିକ୍ଷକ ଜଣକ ଆନ୍ଧ୍ରପ୍ରଦେଶରେ ଏକ ନକଲି ବିଇଡି ସାର୍ଟିଫିକେଟ ଦେଇଥିବା ନେଇ କହିବା ସହ ଗିରଫ କରି କୋର୍ଟ ଚାଲାଣ କରିଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri