ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍‌’ ବିଲ୍‌ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍‌, ଭିଜିଲାନ୍ସ ତଦନ୍ତ ଦାବି

ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର କିଛି କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ ଏବଂ ସରକାରୀ ଅର୍ଥର ଅପବ୍ୟବହାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି। ବିଶେଷ କରି ଗତ ମାସ ୨୧ ତାରିଖରେ ଯନ୍ତ୍ରୀମାନଙ୍କ ପରୋକ୍ଷ ଠିକାଦାରୀ ଓ DMF ଘୋଟାଲାକୁ ନେଇ ପ୍ରଦାନ କରାଯାଇଥିବା ଦାବିପତ୍ର ପରେ ଏବେ ମନରେଗା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ଆତ୍ମସାତର ‘କଚ୍ଛା ଚିଠା’ ପଦାକୁ ଆସିଛି।

ପ୍ରାପ୍ତ ଅଭିଯୋଗ ଅନୁଯାୟୀ, ଥୁଆମୂଳ ରାମପୁର ସଦର, ତଲଝାପି, ବାଗଡିଆଣି ଏବଂ ପୋଡ଼ାପଦର ଭଳି ବିଭିନ୍ନ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀମାନେ ନିଜ କର୍ତ୍ତବ୍ୟ ସୁଚାରୁରୂପେ ସମ୍ପାଦନ କରିବା ପରିବର୍ତ୍ତେ କିଛି ମୁଷ୍ଟିମେୟ ଚଞ୍ଚକତା କରୁଥିବା ବ୍ୟକ୍ତିଙ୍କ ସହ ମିଶି ସରକାରୀ ରାଜକୋଷରୁ ପଇସା ହଡ଼ପ କରିବାରେ ମାହିର ସାଜିଛନ୍ତି। କେଉଁଠି ମନରେଗା କାମରେ ଶ୍ରମିକଙ୍କ ବଦଳରେ JCB ମେସିନ୍‌ ଲଗାଇ ପଇସା ଉଠାଯାଉଛି ତ କେଉଁଠି ବିନା କାମରେ ବା ବିନା ସୂଚନା ଫଳକରେ ଲକ୍ଷ ଲକ୍ଷ ଟଙ୍କାର ‘ଫଲ୍ସ ବିଲ୍‌’ ପ୍ରସ୍ତୁତ କରାଯାଉଛି। ଏହି ଦୁର୍ଗମ ଅଞ୍ଚଳର ନିରୀହ ଲୋକଙ୍କ ବିକାଶ ପାଇଁ ଆସୁଥିବା ଟିକସ ପଇସାକୁ କେତେକ ଅସାଧୁ ଅଧିକାରୀ ଲୁଟି ଖାଉଥିବା ନେଇ ସଚେତନ ନାଗରିକ ମଞ୍ଚ ଅଭିଯୋଗ କରିଛି।ଏହି ମହାଘୋଟାଲାର ପର୍ଦ୍ଦାଫାଶ ପାଇଁ ଏବେ ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତର ଆବଶ୍ୟକତା ଜରୁରୀ ହୋଇପଡ଼ିଛି।

ସୂଚନାଯୋଗ୍ୟ, ମନରେଗା ଯୋଜନାରେ ବିନା କାମରେ ଟଙ୍କା ଆତ୍ମସାତ କରାଯାଇଥିବାର ଅନେକ ଦସ୍ତାବେଜ ଓ ପ୍ରମାଣ ସ୍ଥାନୀୟ ପ୍ରତିନିଧିଙ୍କ ହସ୍ତଗତ ହୋଇଛି। ଯଦି ଭିଜିଲାନ୍ସ ବିଭାଗ ସଠିକ୍‌ ଭାବେ ସ୍ଥଳ ପରିଦର୍ଶନ ଓ ଯାଞ୍ଚ କରେ, ତେବେ କୋଟି କୋଟି ଟଙ୍କାର ଆର୍ଥିକ ହେରଫେର ପଦାକୁ ଆସିବା ସୁନିଶ୍ଚିତ। ଦୁର୍ନୀତିର ଏହି କଳା ଚିଠାକୁ ପ୍ରଶାସନ ସମ୍ମୁଖକୁ ଆଣିବା ପାଇଁ ଅଞ୍ଚଳବାସୀ ସଜବାଜ ହେଉଛନ୍ତି।

ବାରମ୍ବାର ଅଭିଯୋଗ ଏବଂ ଗତ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ, MP ଓ CDO-cum-EO ଙ୍କ ଉଦ୍ଦେଶ୍ୟରେ ଦିଆଯାଇଥିବା ଦାବିପତ୍ର ସତ୍ତ୍ୱେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO) ଧ୍ରୁବ ଚରଣ ମୁଦୁଲି କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ବିଡ଼ିଓଙ୍କ ଏଭଳି ନୀରବତା କାହିଁକି ଏବଂ ସରକାରୀ ଅର୍ଥ ଆତ୍ମସାତ କରିଥିବା ଯନ୍ତ୍ରୀମାନଙ୍କୁ କାହିଁକି ତାଗିଦ୍‌ କରାଯାଉନାହିଁ, ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯଦି ତୁରନ୍ତ ତଦନ୍ତ ନହୁଏ, ତେବେ ଏହି ପାଇସଖିଆ ବାବୁମାନେ ଅନ୍ୟତ୍ର ବଦଳି ହୋଇ ଖସିଯିବାର ଆଶଙ୍କା ରହିଛି। ତେଣୁ ଜିଲା ପ୍ରଶାସନ ଓ ଭିଜିଲାନ୍ସ ବିଭାଗ ତୁରନ୍ତ ଏଥିରେ ହସ୍ତକ୍ଷେପ କରି ଦୋଷୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜନସାଧାରଣ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?