ନକଲି ସିମେଣ୍ଟ କାରଖାନା ଉପରେ ଚଢ଼ାଉ, ୭ ଜଣଙ୍କୁ ବାନ୍ଧିଲା ପୋଲିସ

କଳିଙ୍ଗନଗର,୨୫ା୬(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋଲଗାଁ ନିକଟରେ ଏକ ନକଲି ସିମେଣ୍ଟ କାରଖାନାରେ ପୋଲିସ ଚଢ଼ାଉ କରିଛି। ଅପରପକ୍ଷରେ ଘଟଣାସ୍ଥଳରୁ ଟ୍ରକରେ ଲୋଡ଼ିଂ ହେଉଥିବା ସମୟରେ ପାଖାପାଖି ୨ ଶହ ବସ୍ତାରୁ ଊର୍ଦ୍ଧ୍ୱ ଅଲ୍‌ଟ୍ରାଟେକ୍‌ ନକଲି ସିମେଣ୍ଟ ଭର୍ତ୍ତି ବସ୍ତାକୁ ମଧ୍ୟ ଜବତ କରିଛି। ଏହି ଘାଟଣାରେ କଳିଙ୍ଗନଗର ପୋଲିସ ୭ ଜଣ ( ସିନେଣ୍ଟ କାରଖାନାର ସୁପରଭାଇଜର, ମାଲିକ, ଟ୍ରକ୍‌ ଡ୍ରାଇଭର,ଟ୍ରକ୍‌ ମାଲିକ)ଙ୍କୁ ମିଶାଇ ମୋଟ୍‌ ୭ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ କାର୍ତ୍ତିକ ଚନ୍ଦ୍ର ବେହେରା, ଆର୍ତ୍ତବନ୍ଧୁ ପଟୁଆ, ଭଜମନ ନାଏକ, ସୁଶାନ୍ତ କୁମାର ସାହୁ, ମନୋଜ କୁମାର ଶତପଥୀ, ଅମରେଶ ପଣ୍ଡା, ଉଦୟନାଥ ସାହୁ। ଏହି ନକଲି କାରଖାନାର ମାଲିକ ଜଣେ ପ୍ରଭାବଶାଳୀ ନେତାଙ୍କ ସମ୍ପର୍କୀୟ ହୋଇଥିବା ଚର୍ଚ୍ଚା ଜୋର୍‌ ଧରିଛି।

ଉଲ୍ଲେଖଯୋଗ୍ୟ, ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ଏହି ନକଲି ସିମେଣ୍ଟ କାରଖାନା ଗୋଲଗାଁ ନିକଟରେ ଚାଲିଥିଲା। ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri