ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି ଜାଲ ସାର୍ଟିଫିକେଟ୍‌ ମାମଲାକୁ ନେଇ ବିଭିନ୍ନ ଲୋକଙ୍କୁ ପଚରାଉଚରା କରିବା ସହ ଆନୁସଙ୍ଗିକ ଅନୁସନ୍ଧାନ କରିଥିବା ଜଣାପଡିଛି। ତେବେ ତଦନ୍ତକାରୀ ସିବିଆଇ ଟିମ୍‌ ପକ୍ଷରୁ ଗଣମାଧ୍ୟମକୁ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଏହି ଟିମ୍‌ରେ ୯ ଜଣ ସଦସ୍ୟ ରହିଥିବା ଜଣାପଡିଛି।

୨୦୨୩ ମାର୍ଚ୍ଚ ୨୩ରେ ବଲାଙ୍ଗୀର ଡାକମଣ୍ଡଳ ଗ୍ରାମୀଣ ଡାକସେବକ (ଜିଡିଏସ୍‌) ପଦ ପାଇଁ ସାର୍ଟିଫିକେଟ ଭେରିଫିକେଶନ ଚାଲିଥିବା ବେଳେ ତତ୍କାଳୀନ ଡାକ ଅଧୀକ୍ଷକ ରାଜେନ୍ଦ୍ର କୁମାର ପଟ୍ଟନାୟକ କେତେକ ସାର୍ଟିଫିକେଟ ଜାଲ ସନ୍ଦେହ କରି ଟାଉନ ଥାନାରେ ରିପୋର୍ଟ କରିଥିଲେ। ଏହାପରେ ବଲାଙ୍ଗୀରର ତତ୍କାଳୀନ ଏସପି ନିତିନ କୁଶଲକରଙ୍କ ନିର୍ଦ୍ଦେଶରେ ଟାଉନ ଥାନାରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ କରାଯାଇଥିଲା।

ଜାଲ ସାର୍ଟିଫିକେଟର ଚେର ଦେଶର ବିଭିନ୍ନ ପ୍ରାନ୍ତକୁ ଲମ୍ବିଥିବା ଜଣାପଡିବା ପରେ ଏହି ମାମଲାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଥିଲା। ଏହାପରେ ଭୁବନେଶ୍ୱରର ଓଡ଼ିଶା ସର୍କଲର ମୁଖ୍ୟ ପୋଷ୍ଟମାଷ୍ଟର ଜେନେରାଲଙ୍କ ସୁପାରିଶ ପରେ ସିବିଆଇ ଗତ ୯ ମେ ୨୦୨୩ରେ ଏହି ମାମଲା ପଞ୍ଜୀକୃତ କରିଥିଲା। ମାମଲାର ତଦନ୍ତ ପରେ ଓଡ଼ିଶାର ଭୁବନେଶ୍ୱର, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର ଏବଂ କେନ୍ଦୁଝର ଜିଲାରେ ସିବିଆଇ ସର୍ଚ୍ଚ ଅପରେଶନ କରିଥିଲା। ଏହି ମାମଲାରେ ସିବିଆଇ ପୂର୍ବରୁ ୫୮ ଜଣ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କରିଥିବା ଜଣାପଡିଛି। ଏହି ମାମଲାର ତଦନ୍ତ ପାଇଁ ସିବିଆଇ ଟିମ୍‌ ପୁଣିଥରେ ବଲାଙ୍ଗୀର ଆସିଥିବାରୁ ଏହି ମାମଲା ଚର୍ଚ୍ଚାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri